ଜଗତସିଂହପୁର : ଆମ୍ବୁଲାନ୍ସରେ ଅକ୍ସିଜେନ ନ ଥିବାରୁ ଚାଲିଗଲା ରୋଗୀର ଜୀବନ । ଗୁରୁତର ରୋଗୀକୁ କଟକ ସ୍ଥାନାନ୍ତରିତ କରାଯାଉଥିବା ସମୟରେ ଘଟିଛି ଅଭାବନୀୟ ଘଟଣା । ମୃତକ ହେଲେ ଜଗତସିଂହପୁର ବ୍ଲକ ଅଳା ପଞ୍ଚାୟତର କମଳା ପଣ୍ଡା। ଏହାକୁ ନେଇ ଉତକ୍ତ୍ୟ ଲୋକେ ଆମ୍ବୁଲାନ୍ସକୁ ଭଙ୍ଗାରୁଜା କରିଥିବା ବେଳେ ଆମ୍ବୁଲାନ୍ସ ଚାଳକ ଫେରାର ହୋଇଯାଇଛି ।
ସୂଚନାନୁସାରେ, ଜଗତସିଂହପୁର ଥାନା ଅଳା ପଞ୍ଚାୟତ ଅନ୍ତର୍ଗତ ବ୍ରାହ୍ମଣଖଣ୍ଡ ଗ୍ରାମର କମଳା ପଣ୍ଡା ନାମକ ଜଣେ ୫୮ ବର୍ଷୀୟ ମହିଳା ଛାତିରେ ଯନ୍ତ୍ରଣା ଅନୁଭବ କରିଥିଲେ । ରବିବାର ବିଳମ୍ବିତ ରାତିରେ ତାଙ୍କୁ ଏକ ଘରୋଇ ଆମ୍ବୁଲାନ୍ସରେ କଟକ ସ୍ଥାନାନ୍ତର କରାଯାଉଥିଲା । ମାତ୍ର ଆମ୍ବୁଲାନ୍ସରେ ଖାଲି ଅକ୍ସିଜେନ ସିଲିଣ୍ଡର ଥିବାରୁ ରୋଗୀଙ୍କୁ ଆବଶ୍ୟକ ସମୟରେ ଅକ୍ସିଜେନ ମିଳିପାରି ନଥିଲା। ଫଳରେ ଅସ୍କିଜେନ ଅଭାବରୁ ରୋଗୀଙ୍କର ମୃତ୍ୟୁ ହୋଇଯାଇଥିବାର ଅଭିଯୋଗ ହୋଇଛି । ଏହି ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଘଟଣାସ୍ଥଳରେ ଉତ୍ତେଜନା ଦେଖାଯାଇଛି
