ଭୁବନେଶ୍ୱର : ଜାନୁଆରୀ ୨୪: ରାଜ୍ୟରେ ବିର୍ବାଚନ ସମୟରେ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ କରୋନାରେ ସଂ୍ରକମିତ ହୋଇଛନ୍ତି । ଏନେଇ ସେ ନିଜେ ଟୁଇଟ୍ କରି ସୂଚନା ଦେଇଛନ୍ତି । ଏବେ ସେ ସଙ୍ଗରୋଧରେ ରହି ଚିକିତ୍ସିତ ହେଉଥିବା କଥା କହିଛନ୍ତି । ସପ୍ତାହକ ମଧ୍ୟରେ ତାଙ୍କ ସଂସ୍ପର୍ଶରେ ଆସିଥିବା ସମସ୍ତ ବ୍ୟକ୍ତିଙ୍କୁ କରୋନା ଟେଷ୍ଟ କରାଇନେବା ସହିତ ସଙ୍ଗରୋଧରେ ରହିବାକୁ ସେ ଅନୁରୋଧ କରିଛନ୍ତି ।
I have tested positive for COVID and currently under medical care. All those who came in contact with me in the last few day, please follow all protocols and be careful.
— Niranjan Patnaik (@NPatnaikOdisha) January 24, 2022
ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଧୀରେ ଧୀରେ କମିବାରେ ଲାଗୁଛି । ଆଜି ରାଜ୍ୟରେ ୭, ୨୯୧ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୯୫୪ ଜଣ ୧୮ ବର୍ଷ ବୟସରୁ କମ୍ ବର୍ଗର ରହିଛନ୍ତି । ଆଜିର ସଂକ୍ରମଣଙ୍କ ମଧ୍ୟରୁ ୪, ୨୨୬ ଜଣ କ୍ୱାରେଣ୍ଟିନରୁ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୩, ୦୬୫ ରହିଛି । ଏପର୍ଯ୍ୟନ୍ତ ରାଜ୍ୟରେ କରୋନାରେ ୧୨ ଲକ୍ଷ ୧୧ ହଜାର ୯୫୧ ଜଣ କରୋନାରେ ଆକ୍ରାନ୍ତ ହୋଇସାରିଲେଣି ।
Comments are closed.