ଆଜିଠାରୁ ଆରମ୍ଭ ହେଲା ପିତୃପକ୍ଷ,ବିଭିନ୍ନ ପୁଷ୍କରିଣୀରେ ପିତୃଲୋକଙ୍କ ଉଦ୍ଦ୍ୟେଶରେ ତିଳ ତର୍ପଣ

0

ଭୁବନେଶ୍ୱର : ଆଜିଠାରୁ ଆରମ୍ଭ ହେଲା ପିତୃପକ୍ଷ । ଜ୍ୟୋତିଷ ଶାସ୍ତ୍ର ଅନୁସାରେ ଆଶ୍ଵୀନ କୃଷ୍ଣ ପକ୍ଷ ପ୍ରତିପଦାରୁ ଆରମ୍ଭ ହୋଇ ମାୟାଳୟ ଅମାବାସ୍ୟା ପର୍ଯ୍ୟନ୍ତ ପିତୃପକ୍ଷ ବା ଅପରପକ୍ଷ ଭାବେ ପାଳନ କରାଯିବାର ବିଧି ରହିଛି । ହିନ୍ଦୁ ଧର୍ମରେ ଏହାର ବିଶେଷ ମହତ୍ବ ରହିଥିବା ବେଳେ ଏହି ସମୟରେ ପିତୃ ପୁରୁଷଙ୍କ ଉଦ୍ଦେଶ୍ୟରେ ତିଳ ତର୍ପଣ, ଶ୍ରାଦ୍ଧ ଏବଂ ପିଣ୍ଡଦାନ କରାଯାଇଥାଏ । ୧୫ ଦିନ ପର୍ଯ୍ୟନ୍ତ ନିୟମ ନିଷ୍ଠାରେ ଏହି ପକ୍ଷ ପାଳନ କଲେ ପିତୃ ପୁରୁଷଙ୍କ ପରିବାର ଉପରେ ଆଶୀର୍ବାଦ ପ୍ରାପ୍ତି ହୋଇଥାଏ ବୋଲି ବିଶ୍ୱାସ ରହିଛି । ନିୟମ ନିଷ୍ଠାର ସହ ଏହି ଅପରପକ୍ଷ ବା ପିତୃପକ୍ଷକୁ ପାଳନ କରନ୍ତି ଶ୍ରଦ୍ଧାଳୁ । ପିତୃପକ୍ଷ ସମୟରେ ଖିଅର ହେବା ସମ୍ପୂର୍ଣ୍ଣ ନିଷିଦ୍ଧ ରହିଥିବା ବେଳେ ଏହି ସମୟରେ ନଖ ମଧ୍ୟ କଟାଯିବା ବାରଣ । ଏପରିକି ଅପର ପାଗରେ ଅର୍ଥାତ ବାହାରେ ଭୋଜନ କରିବା ସମ୍ପୂର୍ଣ ନିଷିଦ୍ଧ କରାଯାଇଛି । ସେହିପରି ତିଳ ତର୍ପଣ, ଶ୍ରାଦ୍ଧ ଓ ପିଣ୍ଡଦାନ କରିବା ସମୟରେ ସମ୍ପୂର୍ଣ୍ଣ ଶୁଦ୍ଧପୂତ ଭାବେ ରହିବାକୁ ଶାସ୍ତ୍ରରେ ବର୍ଣ୍ଣନା କରାଯାଇଛି ।

ଆଜି ବହୁ ଲୋକ ନିଜନିଜ ପିତୃ ପୁରୁଷଙ୍କ ଉଦେଶ୍ୟରେ ଘରେ ଘରେ ଅବା ବିଭିନ୍ନ ପୁଷ୍କରିଣୀରେ ତିଳ ତର୍ପଣ ଓ ପିଣ୍ଡଦାନ କରିଛନ୍ତି । ଶ୍ରଦ୍ଧାଳୁ ମାନେ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ପିଣ୍ଡଦାନ କରିବା ସହ ତର୍ପଣ କରୁଥିବା ଦେଖିବାକୁ ମିଳିଛି ।

Govt
Leave A Reply

Your email address will not be published.