ଭୁବନେଶ୍ୱର : ଆଜି ୭ମ ଥର ପାଇଁ ଓଡିଶା ଗସ୍ତରେ ଆସିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ପୂର୍ବାହ୍ନ ୧୦ଟା ୫୦ ମିନିଟରେ ପ୍ରଧାନମନ୍ତ୍ରୀ ବାୟୁସେନାର ସ୍ୱତନ୍ତ୍ର ବିମାନରେ ଝାରସୁଗୁଡା ବିମାନ ବନ୍ଦରରେ ପହଞ୍ଚିଛନ୍ତି। ପ୍ରଧାନମନ୍ତ୍ରୀଙ୍କ ସହିତ ସୁରକ୍ଷା ବିମାନ ମଧ୍ୟ ଝାରସୁଗୁଡାରେ ଅବତରଣ କରିଛି। ପ୍ରଧାନମନ୍ତ୍ରୀ ସାଢ଼େ ୧୧ଟାରୁ ସାଢ଼େ ୧୨ଟା ପର୍ଯ୍ୟନ୍ତ ଏକ ଘଣ୍ଟାର ଏହି କାର୍ଯ୍ୟକ୍ରମରେ ଯୁବ ସମାବେଶକୁ ସମ୍ବୋଧନ କରିବେ। ଏହି ଅବସରରେ ପ୍ରଧାନମନ୍ତ୍ରୀ ଓଡ଼ିଶା ପାଇଁ ୧୭୦୦ କୋଟି ଟଙ୍କାର ରେଳ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ ସହ ସଡ଼କ, ଶିକ୍ଷା, ସ୍ବାସ୍ଥ୍ୟ ଏବଂ ବିଭିନ୍ନ ଉନ୍ନୟନମୂଳକ ଏକାଧିକ ପ୍ରକଳ୍ପର ଶିଳାନ୍ୟାସ ତଥା ଲୋକାର୍ପଣ କରିବା କାର୍ଯ୍ୟକ୍ରମ ରହିଛି।
ଓଡିଶାକୁ ପ୍ରଧାନମନ୍ତ୍ରୀଙ୍କ ଉପହାର
ପ୍ରଧାନମନ୍ତ୍ରୀ ଓଡ଼ିଶାକୁ ୧୭୦୦ କୋଟିରୁ ଅଧିକ ମୂଲ୍ୟର ରେଳ ପ୍ରକଳ୍ପ ଉପହାର ଦେବେ,ବ୍ରହ୍ମପୁର ଏବଂ ସୁରଟ ମଧ୍ୟରେ ଅମୃତ ଭାରତ ଏକ୍ସପ୍ରେସର ଶୁଭାରମ୍ଭ,ଭିଡିଓ କନଫରେନ୍ସିଂ ଜରିଆରେ ଅମୃତ ଭାରତ ଏକ୍ସପ୍ରେସର ଶୁଭାରମ୍ଭ କରିବେ, ସମ୍ବଲପୁର ସିଟି ଏବଂ ସରଲା ମଧ୍ୟରେ ରେଳ ଫ୍ଲାଇଓଭର ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ,କୋରାପୁଟ-ବାଇଗୁଡ଼ା ରେଳ ଲାଇନ ଏବଂ ମାନାବାର-କୋରାପୁଟ-ଗୋରାପୁର ରେଳ ଲାଇନର ଦୋହରୀକରଣକୁ ଲୋକାର୍ପଣ ,ଭୁବନେଶ୍ୱରରେ ସେମିକଣ୍ଡକ୍ଟର ଓ ଇଏସଡିଏମ୍ ପାର୍କ ପ୍ରତିଷ୍ଠାର ଶିଳାନ୍ୟାସ ,ରାଜ୍ୟ ସରକାରଙ୍କ ବିଶ୍ୱସ୍ତରୀୟ ଦକ୍ଷତା ବିକାଶ ପ୍ରକଳ୍ପର ଶୁଭାରମ୍ଭ,ରାଜ୍ୟର ୧୩୦ଟି ଉଚ୍ଚଶିକ୍ଷାନୁଷ୍ଠାନରେ ୱାଇଫାଇ ସେବା ଉଦଘାଟନ୍ ,ଭୀମ୍ସାର ଓ ଏମ୍କେସିଜି କଲେଜର ଉନ୍ନତୀକରଣ ପାଇଁ ପ୍ରସ୍ତୁତ ମାଷ୍ଟରପ୍ଲାନର ଲୋକାର୍ପଣ ,ଅନ୍ତୋଦୟ ଗୃହ ଯୋଜନାରେ ୫୦ ହଜାର ପରିବାରକୁ ଗୃହ ନିର୍ମାଣ ପାଇଁ ମଞ୍ଜୁରି ପତ୍ର ପ୍ରଦାନ,ଦେଶର ୮ଟି ଆଇଆଇଟିର କ୍ଷମତା ବୃଦ୍ଧି ପ୍ରକଳ୍ପର ଶିଳାନ୍ୟାସ । ଆଜି ସାରା ଦେଶରେ ୪ଜି ସେବାର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ।

Comments are closed.