୨୫ରେ ନୋଏଡ଼ା ଅନ୍ତର୍ଜାତୀୟ ବିମାନ ପାଇଁ ବନ୍ଦର ଭିତ୍ତିପ୍ରସ୍ତର ସ୍ଥାପନ କରିବେ ପ୍ରଧାନମନ୍ତ୍ରୀ
ବିମାନ ଯୋଗାଯୋଗରେ ସୁଧାର ଆଣିବା ସହିତ ଭବିଷ୍ୟତ ପାଇଁ ପ୍ରସ୍ତୁତ ବିମାନ ଚଳାଚଳ କ୍ଷେତ୍ରର ପ୍ରୋତ୍ସାହନ ଲାଗି ପ୍ରଧାନମନ୍ତ୍ରୀଙ୍କ ପରିକଳ୍ପନା ଆଧାରରେ ନିର୍ମାଣ ହେଉଛି ଏହି ବିମାନ ବନ୍ଦର
ନୋଏଡା: ନଭେମ୍ବର ୨୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଉତ୍ତର ପ୍ରଦେଶର ଗୌତମ ବୁଦ୍ଧ ନଗରସ୍ଥିତ ଜେୱର ଠାରେ ଚଳିତ ମାସ ୨୫ରେ ନୋଏଡ଼ା ଅନ୍ତର୍ଜାତୀୟ ବିମାନ ବନ୍ଦର (ଏନଆଇଏ) ନିର୍ମାଣ ପାଇଁ ଶିଳାନ୍ୟାସ କରିବେ । ଏହି ବିମାନ ବନ୍ଦର ନିର୍ମାଣ ପରେ ଉତ୍ତର ପ୍ରଦେଶ ହେବ ପାଞ୍ଚଟି ଅନ୍ତର୍ଜାତୀୟ ବିମାନ ବନ୍ଦର ଥିବା ଦେଶର ଏକମାତ୍ର ରାଜ୍ୟ ।
ବିମାନ ଯୋଗାଯୋଗରେ ସୁଧାର ଆଣିବା ସହିତ ଭବିଷ୍ୟତ ପାଇଁ ପ୍ରସ୍ତୁତ ବିମାନ ଚଳାଚଳ କ୍ଷେତ୍ରର ପ୍ରୋତ୍ସାହନ ଲାଗି ପ୍ରଧାନମନ୍ତ୍ରୀଙ୍କ ପରିକଳ୍ପନା ଆଧାରରେ ଏହି ବିମାନ ବନ୍ଦର ବିକଶିତ କରାଯାଉଛି । ଏହି ବୃହତ ପରିକଳ୍ପନା ଅଧୀନରେ ଉତ୍ତର ପ୍ରଦେଶ ରାଜ୍ୟ ପ୍ରତି ବିଶେଷ ଧ୍ୟାନ ଦିଆଯାଉଛି । ଫଳରେ ରାଜ୍ୟରେ ଏକାଧିକ ନୂତନ ଅନ୍ତର୍ଜାତୀୟ ବିମାନ ବନ୍ଦର ନିର୍ମାଣ କରାଯାଉଛି । ନିକଟରେ କୁଶୀନଗର ଅନ୍ତର୍ଜାତୀୟ ବିମାନ ବନ୍ଦର ଉଦଘାଟିତ ହୋଇଛି ଏବଂ ଅଯୋଧ୍ୟାଠାରେ ଏକ ଅନ୍ତର୍ଜାତୀୟ ବିମାନ ବନ୍ଦର ନିର୍ମାଣାଧୀନ ରହିଛି ।
ଏହି ବିମାନ ବନ୍ଦରରେ ଏକ ଭୂତଳ ପରିବହନ କେନ୍ଦ୍ର ରହିବ ଯେଉଁଥିରେ ମଲଫିମୋଡାଲ୍ ଗମନାଗମନ କେନ୍ଦ୍ର, ମେଟ୍ରୋ ଓ ହାଇସ୍ପିଡ୍ ରେଳ ଷ୍ଟେସନ, ଟ୍ୟାକ୍ସି, ବସ ସେବା ଓ ବ୍ୟକ୍ତିଗତ ପାର୍କିଂ ସୁବିଧା ରହିବ । ଏହା ସଡ଼କ ପଥ, ରେଳ ଓ ମେଟ୍ରୋ ମାଧ୍ୟମରେ ବିମାନ ବନ୍ଦରକୁ ବାଧାମୁକ୍ତ ସଂଯୋଗ ସୁବିଧା ଯୋଗାଇ ଦେବ । ବାଧାମୁକ୍ତ ମେଟ୍ରୋ ସେବା ଜରିଆରେ ବିମାନବନ୍ଦର ସହିତ ନୋଏଡ଼ା ଓ ଦିଲ୍ଲୀ ସିଧାସଳଖ ଯୋଡ଼ିହେବେ । ଯମୁନା ଏକ୍ସପ୍ରେସ େୱ, ପଶ୍ଚିମ ପାରିପାଶ୍ୱିକ ଏକ୍ସପ୍ରେସ େୱ , ପୂର୍ବ ପାରିପାଶ୍ୱିକ ଏକ୍ସପ୍ରେସ େୱ , ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସ େୱ ଆଦି ଅନ୍ୟ ସମସ୍ତ ପ୍ରମୁଖ ସଡ଼କ ଏବଂ ରାଜପଥ ପ୍ରତ୍ୟକ୍ଷ ଭାବେ ବିମାନ ବନ୍ଦର ସହ ଯୋଡ଼ି ହେବେ । ଏହି ବିମାନ ବନ୍ଦକୁ ମଧ୍ୟ ପ୍ରସ୍ତାବିତ ଦିଲ୍ଲୀ-ବାରାଣାସୀ ହାଇ ସ୍ପିଡ୍ ରେଳ ଲାଇନ ସହ ଯୋଡ଼ାଯିବ । ଯାହାଫଳରେ ଦିଲ୍ଲୀ ଓ ବିମାନ ବନ୍ଦର ମଧ୍ୟରେ ଦୂରତା ଅତିକ୍ରମ କରିବାକୁ ମାତ୍ର ୨୧ ମିନିଟ ସମୟ ଲାଗିବ ।
ଏହା ହେବ ଭାରତର ପ୍ରଥମ ଶୂନ୍ୟ ଅଙ୍ଗାରକାମ୍ଳ ନିର୍ଗମନ କ୍ଷମତାସମ୍ପନ୍ନ ବିମାନ ବନ୍ଦର । ପ୍ରସ୍ତାବିତ ପ୍ରକଳ୍ପ କ୍ଷେତ୍ରରୁ ଗଛ ଆଣି ବିମାନ ବନ୍ଦର ନିକଟରେ ନିର୍ମାଣ କରାଯିବାକୁ ଥିବା ଏକ ଫରେଷ୍ଟ ପାର୍କରେ ରୋପଣ କରାଯିବ । ଏହି ପାର୍କ ପାଇଁ ସ୍ୱତନ୍ତ୍ର ଭୂଖଣ୍ଡ ଆବଣ୍ଟନ କରାଯାଇଛି । ନୋଏଡ଼ା ଅନ୍ତର୍ଜାତୀୟ ବିମାନ ବନ୍ଦର ବିକଶିତ ହେବା ସମୟରେ ସମସ୍ତ ସ୍ଥାନୀୟ ଜୈବ ପ୍ରଜାତିକୁ ସୁରକ୍ଷିତ ରଖାଯିବ ଏବଂ ଏହା ପରିବେଶ ଅନୁକୂଳ ହେବ ।
ପ୍ରଥମ ପର୍ଯ୍ୟାୟରେ ବିମାନ ବନ୍ଦର ବିକାଶ କାର୍ଯ୍ୟ ପାଇଁ ୧୦ ହଜାର ୫୦ କୋଟି ଟଙ୍କା ଖର୍ଚ୍ଚ କରାଯିବ । ୧୩୦୦ ହେକଫରରୁ ଅଧିକ ଜମିରେ ନିର୍ମାଣ ହେବାକୁ ଥିବା ଏହି ବିମାନ ବନ୍ଦର ବାର୍ଷିକ ୧ କୋଟି ୨୦ ଲକ୍ଷ ଯାତ୍ରୀଙ୍କୁ ସେବା ଯୋଗାଇ ଦେବ ଏବଂ ଏହାର ନିର୍ମାଣ କାର୍ଯ୍ୟ ୨୦୨୪ ସୁଦ୍ଧା ଶେଷ କରିବାକୁ ଲକ୍ଷ୍ୟ ରଖାଯାଇଛି ।

Comments are closed.