ଦୁଇ ଦିନିଆ ପୁରୀ ଗସ୍ତରେ ରାଷ୍ଟ୍ରପତି ରାମନାଥ କୋଭିନ୍ଦ

ପୁରୀ: ଫେବୃଆରୀ ୧୯: ଆଜି ଦୁଇ ଦିନିଆ ପୁରୀ ଗସ୍ତରେ ଆସିବେ ରାଷ୍ଟ୍ରପତି ରାମନାଥ କୋଭିନ୍ଦ। କାର୍ଯ୍ୟସୂଚୀ ଅନୁଯାୟୀ, ଅପରାହ୍ନ ୨.୪୫ରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ୩.୨୫ରେ ପୁରୀ ରାଜଭବନକୁ ଯିବାର କାର୍ଯ୍ୟକ୍ରମ ରହିଛି। ଅପରାହ୍ନ ୫ଟାରେ ରାଷ୍ଟ୍ରପତି ମହାପ୍ରଭୁଙ୍କ ଦର୍ଶନ କରିବେ। ତେବେ ଶ୍ରୀମନ୍ଦିରରେ ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ଅପରାହ୍ନ ୪ଟାରୁ ୬ଟା ଯାଏ ଶ୍ରୀମନ୍ଦିରରେ ସାଧାରଣ ଦର୍ଶନ ବନ୍ଦ ରହିବ। ଦର୍ଶନ ପରେ ରାଜଭବନରେ ରାତ୍ରୀଯାପନର ସମ୍ପୂର୍ଣ୍ଣ ବ୍ୟବସ୍ଥା ହୋଇଛି। ଆସନ୍ତାକାଲି ସକାଳେ ସେ ଗୌଡୀୟ ମଠ ପରିଦର୍ଶନ କରି ପୂର୍ବାହ୍ନ ୧୧ଟାରେ ଗୌଡୀୟ ମିଶନର ପ୍ରତିଷ୍ଠାତାଙ୍କ ୧୫୦ତମ ଜୟନ୍ତୀ ସମାରୋହ ଉତ୍ସବରେ ଯୋଗଦେବେ।

Govt

Comments are closed.