ଭୁବନେଶ୍ୱର : ଝାରସୁଗୁଡ଼ାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ବାୟୁସେନାର ସ୍ୱତନ୍ତ୍ର ବିମାନ ଯୋଗେ ଆସି ଝାରସୁଗୁଡ଼ା ବିମାନବନ୍ଦରରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ । ବିମାନବନ୍ଦରରେ ରାଜ୍ୟପାଳ ହରିବାବୁ କମ୍ଭମପତି ଓ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ସ୍ୱାଗତ କରିଛନ୍ତି । ପ୍ରଧାନମନ୍ତ୍ରୀ ଝାରସୁଗୁଡା ପହଞ୍ଚି ଅମଲିପାଲିଠାରେ ସେବା ପର୍ବରେ ସାମିଲ ହୋଇ ଏକ ଯୁବ ସମାବେଶକୁ ଉଦବୋଧନ ଦେବେ । ଆଜି ୭ମ ଥର ପାଇଁ ଓଡିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ । ପ୍ରଧାନମନ୍ତ୍ରୀଙ୍କର ଏହି ଝାରସୁଗୁଡା ଗସ୍ତ ବେଶ ଗୁରୁତ୍ତ୍ଵ ବହନ କରୁଛି । ଏଥିପାଇଁ ବିମାନ ବନ୍ଦର ଠାରୁ ଜେଲ ଛକ ପର୍ଯ୍ୟନ୍ତ ୨ କି.ମି ଲମ୍ବା ଏକ ବିରାଟ ରାଲି ର ଆୟୋଜନ କରାଯାଇଛି । ପ୍ରଧାନମନ୍ତ୍ରୀ ସାଢ଼େ ୧୧ଟାରୁ ସାଢ଼େ ୧୨ଟା ପର୍ଯ୍ୟନ୍ତ ଏକ ଘଣ୍ଟାର ଏହି କାର୍ଯ୍ୟକ୍ରମରେ ଯୁବ ସମାବେଶକୁ ସମ୍ବୋଧନ କରିବେ। ଏହି ଅବସରରେ ପ୍ରଧାନମନ୍ତ୍ରୀ ଓଡ଼ିଶା ପାଇଁ ୧୭୦୦ କୋଟି ଟଙ୍କାର ରେଳ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ ସହ ସଡ଼କ, ଶିକ୍ଷା, ସ୍ବାସ୍ଥ୍ୟ ଏବଂ ବିଭିନ୍ନ ଉନ୍ନୟନମୂଳକ ଏକାଧିକ ପ୍ରକଳ୍ପର ଶିଳାନ୍ୟାସ ତଥା ଲୋକାର୍ପଣ କରିବା କାର୍ଯ୍ୟକ୍ରମ ରହିଛି।
ସେପଟେ ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ଏକ କାରକେଡର ଅଭ୍ୟାସ କରାଯାଇଛି। ଏନେଇ ସମସ୍ତ ପ୍ରସ୍ତୁତି ପ୍ରାୟ ଶେଷ ହୋଇଛି। ପୂର୍ବରୁ ମୁଖ୍ୟମନ୍ତ୍ରୀ ଅମଲିପାଲି ପଡ଼ିଆରେ ସମସ୍ତ ବ୍ୟବସ୍ଥାର ସମୀକ୍ଷା କରିଥିଲେ। ଗତକାଲି ଝାରସୁଗୁଡା ଜିଲ୍ଲାପାଳ, RDC ଏବଂ ପଞ୍ଚାୟତିରାଜ ମନ୍ତ୍ରୀ ରବିନାରାୟଣ ନାଏକ ପ୍ରସ୍ତୁତି କାର୍ଯ୍ୟ ସମୀକ୍ଷା କରିଥିଲେ। ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପାଇଁ ଗଳି ଗଳିରେ ସୁରକ୍ଷାବ୍ୟବସ୍ଥାକୁ କଡାକଡି କରାଯାଇଛି ।

Comments are closed.