ଭୁବନେଶ୍ୱର ପହଁଚିଲେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର : ଭୁବନେଶ୍ୱରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ୧୦ଟା ୫୦ରେ ପ୍ରଧାନମନ୍ତ୍ରୀ ସ୍ୱତନ୍ତ୍ର ବିମାନ ଯୋଗେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚି ସାରିଛନ୍ତି । ଆଜି ମୋଦୀଙ୍କ ଜନ୍ମ ଦିନ ଅବସରରେ ଜନତା ମଇଦାନରେ ଆୟୋଜିତ ହେବାକୁ ଥିବା କାର୍ଯ୍ୟକ୍ରମରେ ଯୋଗ ଦେବା ସହ ‘ସୁଭଦ୍ରା’ ଯୋଜନାର ଶୁଭାରମ୍ଭ କରିବେ । ପ୍ରତ୍ୟେକ ଯୋଗ୍ୟ ସୁଭଦ୍ରା ହିତାଧିକାରୀ ପ୍ରଥମ କିସ୍ତିରେ ୫ ହଜାର ଟଙ୍କା ପାଇବେ । ପ୍ରାୟ ୧୦ଲକ୍ଷ ମହିଳା ହିତାଧିକାରୀଙ୍କୁ ୫ହଜାର ଲେଖାଏଁ ଟଙ୍କା ପ୍ରଦାନ କରିବେ ।

ପ୍ରଧାନମନ୍ତ୍ରୀ ଭୁବନେଶ୍ୱର ଏୟାରପୋର୍ଟରେ ପହଞ୍ଚି ପିଏମ ଆବାସ ଯୋଜନାର ଶୁଭାରମ୍ଭ ପାଇଁ ସିଧା ଗାଡ଼କଣ ବସ୍ତି ଯାଇଛନ୍ତି । ଏହାସହ ଗୋଠପାଟଣା ସ୍ପୋର୍ଟସ ଭ୍ୟାଲିର ବି ଶିଳାନ୍ୟାସ କରିବେ ମୋଦି । ଏହି ଅବସରରେ ପ୍ରଧାନମନ୍ତ୍ରୀ ୧୦ ଲକ୍ଷ ପିଏମ୍ ଆବାସ ଗ୍ରାମୀଣ ହିତାଧିକାରୀଙ୍କୁ ଯୋଜନାର ପ୍ରଥମ କିସ୍ତି ପ୍ରଦାନ କରିବା ସହ ୨୬ଲକ୍ଷ ପିଏମ୍ ଆବାସ ଗ୍ରାମୀଣ ଏବଂ ସହରାଞ୍ଚଳ ହିତାଧିକାରୀଙ୍କ ଗୃହ ପ୍ରବେଶ କରାଇବେ। ଦେଶ ଉଦ୍ଦେଶ୍ୟରେ ୨୮ଶହ କୋଟିର ରେଳ ପ୍ରକଳ୍ପ ଜନକଲ୍ୟାଣ ଯୋଜନାର ମଧ୍ୟ ଶୁଭାରମ୍ଭ କରିବେ। ଏଥିସହ ୧ ହଜାର କୋଟିର ଜାତୀୟ ରାଜପଥ ପ୍ରକଳ୍ପ ମଧ୍ୟ ଲୋକର୍ପଣ କରିବେ ପ୍ରଧାନମନ୍ତ୍ରୀ। ମୋଦିଙ୍କ ଗସ୍ତକୁ ଦୃଷ୍ଟିରେ ରଖି ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି।

Govt

Comments are closed.