ବିଜୁ ମହିଳା ଜନତା ଦଳ ପକ୍ଷରୁ ପ୍ରତିବାଦ

ଭୁବନେଶ୍ୱର : ମହିଳା ପୁଲିସ ଅଧିକାରୀଙ୍କୁ ବିରୋଧୀ ଦଳ ଆକ୍ରମଣ ଅଭିଯୋଗରେ ରାସ୍ତାକୁ ଓହ୍ଲାଇଛି ମହିଳା ବିଜୁ ଜନତା ଦଳ I ଗତକାଲି ଧନୁପାଲି ଆଇଆଇସିଙ୍କୁ ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର ଧକ୍କା ମାରିବା ଘଟଣାରେ ବିଜୁ ମହିଳା ଜନତା ଦଳ ପକ୍ଷରୁ ଭୁବନେଶ୍ୱର ଲୋୟର ପିଏମଜିରେ କରାଯାଇଛି ପ୍ରତିବାଦ ସଭା । ପ୍ରତିବାଦ ସ୍ୱରୂପ ଜୟନାରାୟଣ ମିଶ୍ରଙ୍କୁ ବହିଷ୍କାର କରିବା ଦାବିରେ ବିକ୍ଷୋଭ ପ୍ରଦର୍ଶନ କରାଯାଉଛି । ଜୟନାରାୟଣଙ୍କ କୁଶ ପୁତ୍ତଳିକା ଦାହ କରିଛି ମହିଳା ବିଜେଡି। ତୁରନ୍ତ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆନଗଲେ ଆନ୍ଦୋଳନ ତୀବ୍ର ହେବ ବୋଲି ଚେତାବନୀ ଦେଇଛି ଦଳ। ଜୟନାରାୟଣଙ୍କୁ ବହିଷ୍କାର କରିବା ସହିତ ଜୟନାରାୟଣ ସର୍ବସମ୍ମୁଖରେ କ୍ଷମାପ୍ରାର୍ଥନା କରନ୍ତୁ ବୋଲି ଦାବି କରି ଧାରଣା ଦେଇଛନ୍ତି ବିଜୁ ମହିଳା ଜନତା ଦଳର କର୍ମୀ। ଏଥିରେ ଶତାଧିକ ମହିଳା ବିଜେଡି କର୍ମୀ ସାମିଲ ହୋଇଛନ୍ତି ।

ଗଣତାନ୍ତ୍ରିକ ପ୍ରକ୍ରିୟାରେ ହିଂସାର ସ୍ଥାନ ନାହିଁ । ଯେତେବେଳେ ଜଣେ ଜନପ୍ରତିନିଧି ହେଇ ମହିଳାଙ୍କୁ ପ୍ରତି ଅସମ୍ମାନ କରିବେ ଏବଂ ଅପରାଧିକ ମାମଲାରେ ତାଙ୍କର ସମ୍ପୃକ୍ତି ରହିବ । ତେବେ ଏହାଠାରୁ ଦୁର୍ଭାଗ୍ୟଜନକ କଥା ଆଉ କିଛି ନାହିଁ ବୋଲି କହିଛନ୍ତି ବିଜେଡି ନେତ୍ରୀ ଶ୍ରୀମୟୀ ମିଶ୍ର । ସେପଟେ ସମ୍ବଲପୁର ସର୍କିଟ୍ ହାଉସ୍ ଘେରିଛନ୍ତି ବିଜେଡି କର୍ମୀ ।

ସମ୍ବଲପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଘଟିଥିବା ଏହି ଘଟଣାକୁ ନେଇ ରାଜନୀତି ସରଗରମ ହୋଇଛି । ଉଭୟ ପକ୍ଷରୁ ଥାନାରେ ମାମଲା ରୁଜୁ ହୋଇଥିଲା ବେଳେ ରାତିରେ ଆଇଜି ଦୀପକ କୁମାର, ସମ୍ବଲପୁର ଏସପି ବି.ଗଙ୍ଗାଧର ଧନୁପାଲି ଥାନାରେ ପହଂଚି ଆଲୋଚନା କରିଛନ୍ତି । ଘଟଣା ସଂପର୍କରେ ଧନୁପାଲି ଆଇଆଇସି ଅନିତା ପ୍ରଧାନଙ୍କ ସହ ଆଇଜି ଓ ଏସପି କିଛି ସମୟ ଆଲୋଚନା କରି ପୁଣି ଫେରିଯାଇଥିବା ସୂଚନା ମିଳିଛି । ବିବାଦରେ ଫସିଛନ୍ତି ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର ।

ସୂଚନାନୁସାରେ,ପୂର୍ବତନ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ହତ୍ୟାକାଣ୍ଡକୁ ନେଇ ରାଜ୍ୟରେ ବିପର୍ଯ୍ୟସ୍ତ ଆଇନଶୃଙ୍ଖଳା ବିରୋଧରେ ବିଜେପି ଜିଲ୍ଲାପାଳଙ୍କ ଅଫିସ୍ ଘେରାଉ କରିଥିଲା Iଏହି ସମୟରେ ଦେଖିବାକୁ ମିଳିଥିଲା ଅଭାବନୀୟ ଦୃଶ୍ୟ I ସମ୍ବଲପୁର ବିଧାୟକ ତଥା ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର ଧନୁପାଲି ଥାନା ଅଧିକାରୀ ଅନୀତା ପ୍ରଧାନଙ୍କୁ ଧକ୍କା ମାରିଥିଲେ । ଏହା ପରେ ବିରୋଧୀ ଦଳ ନେତାଙ୍କୁ ମଧ୍ୟ ଧକ୍କା ମାରିଥିଲେ ସମ୍ପୃକ୍ତ ମହିଳା ଅଧିକାରୀ । ଏହି ସମସ୍ତ ଦୃଶ୍ୟ କଏଦ ହୋଇଛି କ୍ୟାମେରାରେ । ଏହାକୁ ନେଇ ପୋଲିସ ଓ ଜୟନାରାଣ ମିଶ୍ର ମୁହାଁମୁହଁ ସ୍ଥିତି ଦେଖିବାକୁ ମିଳିଥିଲା । ଅନିତାଙ୍କ ଅଭିଯୋଗ ଅନୁସାରେ ସମ୍ବଲପୁର ଟାଉନ୍ ଥାନା ପୋଲିସ ଜୟନାରାୟଣ ମିଶ୍ରଙ୍କ ବିରୋଧରେ ମାମଲା ରୁଜୁ କରିଛି ।

Launching Ceremony of “AYUSHMAN BHARAT

Comments are closed.