ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣିର ନବମ ପାଳି: ଅଭିଯୋଗ ପ୍ରକୋଷ୍ଠରୁ ତୁରନ୍ତ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର: ଲୋକଙ୍କ ମୁଖ୍ୟମନ୍ତ୍ରୀଙ୍କ ଲୋକଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମର ଆଜି ଥିଲା ନବମ ପାଳି। ଲୋକଙ୍କ ସରକାର ଲୋକଙ୍କ ସହିତ ଅଛନ୍ତି। ତାଙ୍କ ଅଭିଯୋଗର ତ୍ୱରିତ ସମାଧାନ ପାଇଁ ପଦକ୍ଷେପ ନେଉଛନ୍ତି। ଆଜି ଅଭିଯୋଗ ପ୍ରକୋଷ୍ଠରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଲୋକଙ୍କ ସମସ୍ୟା ଓ ଦୁଃଖ ଶୁଣିବା ସହିତ ଏହାର ସମାଧାନ ଓ ପ୍ରତିକାର ପାଇଁ ତତ୍‌କାଳ ପଦକ୍ଷେପ ନେଇଛନ୍ତି।

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ଅଭିଯୋଗ ପ୍ରକୋଷ୍ଠରେ ଆଜିଠୁ ଆରମ୍ଭ ହୋଇଛି ଏକ ସ୍ୱତନ୍ତ୍ର ଅଭିଯାନ । ସିଙ୍ଗିଲ୍ ୱିଣ୍ଡୋ ସିଷ୍ଟମରେ ଅସାଧ୍ୟ ଓ ଦୂରାରୋଗ୍ୟରେ ପୀଡ଼ିତ ବ୍ୟକ୍ତିଙ୍କୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ ତୁରନ୍ତ ସହାୟତା ଯୋଗାଇ ଦିଆଯାଉଛି। ଆଜି ଏହି ସିଷ୍ଟମରେ ଚିକିତ୍ସା ଖର୍ଚ୍ଚ ପାଇଁ ପୁରୀ ଜିଲ୍ଲାର ନିମାପଡ଼ାରୁ ଆସିଥିବା ପକ୍ଷାଘାତ ଆକ୍ରାନ୍ତ ହେମନ୍ତ ସାହୁଙ୍କୁ ୧ ଲକ୍ଷ ଟଙ୍କା, ଖୋର୍ଦ୍ଧା ଜିଲ୍ଲା ନିରାକାରପୁରରୁ ଆସିଥିବା ପକ୍ଷାଘାତ ଆକ୍ରାନ୍ତ ବିଚିତ୍ର ପାଇକରାୟଙ୍କୁ ୧ ଲକ୍ଷ ଟଙ୍କା, ବାଲେଶ୍ୱର ଜିଲ୍ଲା ଭୋଗରାଇରୁ ଆସିଥିବା ବୋନ୍ ମ୍ୟାରୋ କ୍ୟାନସର ପୀଡ଼ିତା ହାଜିରା ବିବିଙ୍କୁ ୩ ଲକ୍ଷ ଟଙ୍କା ଏବଂ କନ୍ଧମାଳ ଜିଲ୍ଲା ଟିକାବାଲିରୁ ଆସିଥିବା କ୍ୟାନସର ପୀଡ଼ିତା ଇନ୍ଦୁ ବେହେରାଙ୍କୁ ୧ ଲକ୍ଷ ଟଙ୍କା ସହିତ ଗଜପତି ଜିଲ୍ଲାରୁ ପୁଅର ଚିକିତ୍ସାରେ ସର୍ବସ୍ୱାନ୍ତ ହୋଇଆସିଥିବା ଶ୍ରୀମତୀ ରଶ୍ମିତା ନାୟକଙ୍କୁ ୧ ଲକ୍ଷ ଟଙ୍କାର ସହାୟତା ରାଶି ମୁଖ୍ୟମନ୍ତ୍ରୀ ତୁରନ୍ତ ମଞ୍ଜୁର କରିଥିଲେ । ଏହି ତତ୍‌କାଳ ସହାୟତା ପ୍ରଦାନ ପ୍ରକ୍ରିୟାକୁ ତ୍ୱରାନ୍ୱିତ କରିବା ପାଇଁ ଅଭିଯୋଗ ପ୍ରକୋଷ୍ଠରେ ଡାକ୍ତରୀ ଦଳ ମଧ୍ୟ ନିୟୋଜିତ ଥିଲେ ।

ଆଜି ମୁଖ୍ୟମନ୍ତ୍ରୀଙ୍କ ସହିତ ମନ୍ତ୍ରୀ ମଣ୍ଡଳର ୭ ଜଣ ସଦସ୍ୟ ଉପସ୍ଥିତ ରହି ଲୋକଙ୍କ ଅଭିଯୋଗ ଶୁଣୁଥିଲେ । କେବଳ ଚିକିତ୍ସା ସହାୟତା ନୁହେଁ, ଅନ୍ୟାନ୍ୟ ବିଭିନ୍ନ ସମସ୍ୟା ନେଇ ଅଭିଯୋଗକାରୀମାନେ ଆସିଥିଲେ । ସମସ୍ତଙ୍କ ଅଭିଯୋଗ ଗୁଡ଼ିକୁ ଗୁରୁତ୍ୱର ସହ ଶୁଣି ଆବଶ୍ୟକ ସ୍ଥଳେ ଟେଲିଫୋନ୍ ଜରିଆରେ ମନ୍ତ୍ରୀମଣ୍ଡଳର ସଦସ୍ୟ ଓ ଉପସ୍ଥିତ ବରିଷ୍ଠ ସଚିବ ସ୍ତରୀୟ ଅଧିକାରୀମାନେ ସମ୍ପୃକ୍ତ କର୍ତ୍ତୃପକ୍ଷମାନଙ୍କୁ ନିର୍ଦ୍ଦେଶ ଦେଉଥିଲେ । ଅଭିଯୋଗ ପ୍ରକୋଷ୍ଠରୁ ଫେରୁଥିବା ପ୍ରତ୍ୟେକଙ୍କ ମୁହଁରେ ପ୍ରକାଶ ପାଉଥିଲା ଭରସା ଓ ଆତ୍ମ ସନ୍ତୋଷର ଚିହ୍ନ ।

 

Launching Ceremony of “AYUSHMAN BHARAT

Comments are closed.