ପଶ୍ଚିମା ଝଡ଼ ପ୍ରଭାବରେ ୬ଟି ଜିଲ୍ଲାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର : ଦୁଇଦିନ ହେଲା ରାଜ୍ୟରେ ପାଗ ମେଘୁଆ ରହିଥିବା ବେଳେ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ଝଡ଼ବର୍ଷା ହୋଇଯାଇଛି। ଆସନ୍ତା ୧୯ ତାରିଖ ଯାଏ ରାଜ୍ୟରେ ଏହିଭଳି ପାଗ ସହ ଅଧିକାଂଶ ସ୍ଥାନରେ ବର୍ଷା ହେବାର ସମ୍ଭାବନା‌ ରହିଛି। ଏଥିସହ ୧୮ ତାରିଖ‌ରେ ରାଜ୍ୟର ୬ ଜିଲ୍ଲାରେ କୁଆପଥର ବର୍ଷା ମଧ୍ୟ ହେବ।ରାଜ୍ୟରେ ପଶ୍ଚିମା ଝଡ଼ର ପ୍ରଭାବ। ଆଗାମୀ ୩ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବିଜୁଳି ଓ ଘଡ଼ଘଡ଼ି ସହ ବର୍ଷା ନେଇ ପାଣିପାଗ କେନ୍ଦ୍ର ଚେତାବନୀ ଜାରି ରହିଛି। ଆଜି ପାଇଁ ବିଜୁଳି ଓ ଘଡ଼ଘଡ଼ି ନେଇ ୯ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। କିଛି କିଛି ସ୍ଥାନରେ ଘଡ଼ଘଡ଼ି ବର୍ଷା ସହ ଘଣ୍ଟାପ୍ରତି ୪୦ରୁ ୫୦ କିମି ବେଗରେ ପବନ ବହିବା ସମ୍ଭାବନା ରହିଛି।

ଆସନ୍ତାକାଲି ଠାରୁ ରାଜ୍ୟର ସମସ୍ତ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷାର ସମ୍ଭାବନା ରହିଛି। ତେବେ କେନ୍ଦୁଝର, ଯାଜପୁର, ଢେଙ୍କାନାଳ, କଟକ, କୋରାପୁଟ ଏବଂ ମାଲକାନଗିରି ଜିଲ୍ଲାରେ ମାଧ୍ୟମ ଧରଣର ବୃଷ୍ଟି ହେବା ସହିତ କୁଆପଥର ମାଡ଼ ହେବାର ସମ୍ଭାବନ ରହିଛି I ତେଣୁ ଏହି ସବୁ ଜିଲ୍ଲା ମାନଙ୍କୁ ପାଣିପାଗ ବିଭାଗ ତରଫରୁ ଚେତାବନୀ ଜାରି କରାଯାଇଛି। ସେହିଭଳି ୧୯ତାରିଖରେ ଉପକୂଳ ଓଡ଼ିଶା ଓ ଆଭ୍ୟନ୍ତରୀଣ ଓଡିଶାର କିଛି କିଛି ସ୍ଥାନରେ କୁଆପଥର ସହ ବର୍ଷାର ସମ୍ଭାବନା ରହିଛି। ୨୦ତାରିଖରୁ କମିବ ବର୍ଷାର ପରିମାଣ।

Launching Ceremony of “AYUSHMAN BHARAT

Comments are closed.