ଆସନ୍ତା ୧୩ ତାରିଖ ଯାଏଁ ଲାଗି ରହିବ ବର୍ଷା

ଭୁବନେଶ୍ୱର : ରାଜ୍ୟରେ ପଛକୁ ପଛ ଲଘୁଚାପ ଫଳରେ ଜାରି ରହିଛି ଲଗାଣ ବର୍ଷା । ଆସନ୍ତା ୧୩ ତାରିଖ ଯାଏଁ ପାଗରେ କୌଣସି ପରିବର୍ତ୍ତନ ହେବନାହିଁ । କେତେକ ଜିଲ୍ଲାରେ ଘଡଘଡି ସହ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ସୂଚନା ଦେଇଛନ୍ତି ଆଞ୍ଚଳିକ ପାଣିପାଗ ବିଭାଗ । ମୌସୁମୀ ସକ୍ରିୟ ଥିବାରୁ ଓ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଦକ୍ଷିଣ ଓଡ଼ିଶା-ଉତ୍ତର ଆନ୍ଧ୍ର ଉପକୂଳରେ ଉପରେ ବାୟୁମଣ୍ଡଳୀୟ ଘୁର୍ଣ୍ଣିବଳୟ ପ୍ରଭାବରେ ବର୍ଷାର ତୀବ୍ରତା ବଢ଼ିଛି।

ଆସନ୍ତାକାଲି ପାଇଁ ୮ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, ବଲାଙ୍ଗିରକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଏହା ସହ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେଓଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୋନପୁର, ବୌଦ୍ଧ, ନୂଆପଡ଼ା, କନ୍ଧମାଳ, ପୁରୀ, ଖୋର୍ଦ୍ଧା ଓ ନୟାଗଡ଼ରେ ଘଡ଼ଘଡ଼ି, ବିଜୁଳି ସହ ୩୦-୪୦ କିମି ବେଗରେ ପବନ ହେବାର ସମ୍ଭାବନା ରହିଛି।

ଅନ୍ୟପଟେ,ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଛି। ଏହାର ପ୍ରଭାବରେ ରାଜ୍ୟର ଅନେକ ଅଞ୍ଚଳରେ ତୁହାକୁ ତୁହା ବର୍ଷା ହେଉଛି। ପୁଣି ମୌସୁମୀ ନିମ୍ନଚାପରେଖା ବର୍ତ୍ତମାନ ଉତ୍ତର ଗୁଜରାଟ ଏବଂ ସଂଲଗ୍ନ ଦକ୍ଷିଣ-ପଶ୍ଚିମ ରାଜସ୍ଥାନ ସହିତ ଓଡ଼ିଶାର ଗୋପାଳପୁର ଉପର ଦେଇ ପୂର୍ବ-ଦକ୍ଷିଣ-ପୂର୍ବ ଦିଗରେ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରକୁ ଗତି କରୁଛି। ଏଥିସହିତ ଏକ ଘୂର୍ଣ୍ଣିବଳୟ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ଦକ୍ଷିଣ ଓଡ଼ିଶା ସହିତ ଉତ୍ତର ଆନ୍ଧ୍ର ଉପକୂଳର ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ସକ୍ରିୟ ରହିଛି। ଏହି ଘୂର୍ଣ୍ଣିବଳୟ ପ୍ରଭାବରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି ବୋଲି କିଛି ଘରୋଇ ପାଣିପାଗ ସଂସ୍ଥା ପୂର୍ବାନୁମାନ କରିଛନ୍ତି। ହେଲେ ପାଣିପାଗ ବିଭାଗ ଏ ସଂକ୍ରାନ୍ତରେ କିଛି ହେଲେ ସ୍ପଷ୍ଟ କରିନାହିଁ।

Launching Ceremony of “AYUSHMAN BHARAT

Comments are closed.