ଲଗାଣ ବର୍ଷା; ସ୍କୁଲ ଓ ଅଙ୍ଗନବାଡ଼ି କେନ୍ଦ୍ର ଛୁଟି

0

ସମୟ ଲାଇଭ୍‍,୨୪/୧୦: ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ୱେଲର୍ମା ଲୋ’ ପ୍ରେସରରେ ପରିଣତ ହୋଇଛି। ଫଳରେ ରାଜ୍ୟର ଅଧିକାଂଶ ଅଞ୍ଚଳରେ ବର୍ଷା ଲାଗିରହିଛି। ଏନେଇ ରାଜ୍ୟର ରାଜଧାନୀ ଭୁବନେଶ୍ୱର ଠାରୁ ଆରମ୍ଭ କରି ମହାନଗର କଟକ ଓ ବ୍ରହ୍ମପୁରର ଅଧିକାଂଶ ସ୍କୁଲ ଓ ଅଙ୍ଗନବାଡ଼ି କେନ୍ଦ୍ରକୁ ଛୁଟି ଘୋଷଣା କୀରାଯାଇଛି। ତେବେ ପିଲାଙ୍କୁ ଛୁଟି ଦିଆଯାଇଥିଲେ ମଧ୍ୟ ବିଦ୍ୟାଳୟ ଶିକ୍ଷକ ଶିକ୍ଷୟତ୍ରୀ ଓ କର୍ମଚାରୀଙ୍କୁ ଶିକ୍ଷାକେନ୍ଦ୍ରରେ ଉପସ୍ଥିତ ରହିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି।
ସୂଚନା ଥାଉ କି, ଆସନ୍ତା ୨୭ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଲଗାଣ ବର୍ଷା ଜାରି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି।

Leave A Reply

Your email address will not be published.