ସରପଞ୍ଚଙ୍କ ସ୍ୱାମୀଙ୍କୁ ନିର୍ମମ ହତ୍ୟା

ବିନିକା : ପୂର୍ବ ଶତ୍ରୁତାରୁ ସରପଞ୍ଚଙ୍କ ସ୍ୱାମୀଙ୍କୁ ନିର୍ମମ ହତ୍ୟା। ଘଟଣା ଘଟିଛି ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ଗଜବନ୍ଧ ପଞ୍ଚାୟତରେ । ମୃତକ ହେଲେ ସରପଞ୍ଚ ବାସନ୍ତୀ ଖେତୀଙ୍କ ସ୍ୱାମୀ ତଥା ପୂର୍ବତନ ସରପଞ୍ଚ ବଲ୍ଲଭ ଖେତୀ । ଅଭିଯୋଗ ଅନୁଯାୟୀ, ବଲ୍ଲଭ ଖେତୀ ରାତିରେ ଘରକୁ ଫେରୁଥିଲେ । ଏହି ସମୟରେ ପଣ୍ଡରାପାଲି ଗାଁ ନିକଟରେ କିଛି ଦୁର୍ବୃତ୍ତ ମୁଣ୍ଡକୁ ଧାରୁଆ ଅସ୍ତ୍ରରେ ଆକ୍ରମଣ କରି ଘଟଣାସ୍ଥଳରୁ ଫେରାର ହୋଇଯାଇଛନ୍ତି I ରକ୍ତ ଜୁଡୁବୁଡୁ ଅବସ୍ଥାରେ ତାଙ୍କୁ ଉଦ୍ଧାର କରି ଡୁଙ୍ଗୁରିପାଲି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା Iକିନ୍ତୁ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ I ଖବର ପାଇ ରାମପୁର ପୋଲିସ ମେଡିକାଲରେ ପହଞ୍ଚି ମୃତଦେହକୁ ଜବତ କରି ତଦନ୍ତ ଚଳାଇଛି ।

Govt

Comments are closed.