ଭୁବନେଶ୍ୱର: ଅପ୍ରେଲ ୨୬: ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଗତକାଲି ନିଷ୍ପତ୍ତି ନିଆଯାଇଛି । ରାଜ୍ୟର ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲଗୁଡ଼ିକ ଆଜିଠୁ ଆସନ୍ତା ୩୦ ତାରିଖ ପର୍ଯ୍ୟନ୍ତ ଛୁଟି ରହିବ । ସ୍କୁଲ ଛୁଟି ସତ୍ତ୍ୱେ ମାଟ୍ରିକ ଓ ଯୁକ୍ତ ୨ ପରୀକ୍ଷା ଚାଲୁ ରଖିବାକୁ ନିଷ୍ପତ୍ତି ହୋଇଛି । ପୂର୍ବରୁ ଆସନ୍ତା ମେ ୧ ତାରିଖରୁ ସକାଳ ୬ଟାରୁ ୯ଟା ପର୍ଯ୍ୟନ୍ତ ସ୍କୁଲ ଖେଲିବା ସହ ଜୁନ୍ ୬ରୁ ୧୬ ପର୍ଯ୍ୟନ୍ତ ଗ୍ରୀଷ୍ମଛୁଟି ପାଇଁ ଘୋଷଣା କରାଯାଇଥିଲା । ହେଲେ ଏହି ନିଷ୍ପତ୍ତିରେ ପରିବର୍ତ୍ତନ କରାଯାଇଛି ।ଗତ କିଛି ଦିନ ଧରି ସାରା ରାଜ୍ୟରେ ବଢୁଥିବା ଗ୍ରୀଷ୍ମପ୍ରବାହ ଦୃଷ୍ଟିରେ ରଖି ଆଗୁଆ ଖରାଛୁଟି ପାଇଁ ଅଭିଭାବକ ମହଲରେ ଦାବି ହୋଇଥିଲା । ତେବେ ପ୍ରବଳ ଖରାକୁ ଦେଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଆଜିଠୁ ୫ ଦିନ ଯାଏଁ ସ୍କୁଲ ବନ୍ଦ କରାଯାଇଛି ।

Comments are closed.