ଖୁବ ଶୀଘ୍ର ମିଳିବ ସୁଭଦ୍ରା ୩ୟ ପର୍ଯ୍ୟାୟ ଟଙ୍କା – ଉପ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଖୁବ୍‌ ଶୀଘ୍ର ମିଳିବ ସୁଭଦ୍ରାର ତୃତୀୟ ପର୍ଯ୍ୟାୟ ଟଙ୍କା । ବାକିଥିବା ହିତାଧିକାରୀମାନେ ପାଇବେ ସୁଭଦ୍ରା ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ଟଙ୍କା। ଶେଷ ହିତାଧିକାରୀ ‘ସୁଭଦ୍ରା ‘ଟଙ୍କା ପାଇବା ଯାଏଁ ଏହି ପ୍ରକ୍ରିୟା ଜାରି ରହିବ ।ଏହି ଗୁରୁତ୍ବପୂର୍ଣ୍ଣ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା।

‘ସୁଭଦ୍ରା’ ଯୋଜନା ନେଇ ଆଜି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ବଡ଼ ସୂଚନା ଦେଇ କହିଛନ୍ତି, ଖୁବ୍ ଶୀଘ୍ର ତୃତୀୟ ପର୍ଯ୍ୟାୟରେ ଟଙ୍କା ପଠାଯିବ। ଠିକଣା ସମୟରେ ଏନେଇ ତାରିଖ ଘୋଷଣା କରାଯିବ । ଏଯାଏଁ ୧ କୋଟି ୬୦ ହଜାର ମହିଳା ଆବେଦନ କରିସାରିଲେଣି । ଏବେ ବି ଯାଞ୍ଚ ପ୍ରକ୍ରିୟା ଚାଲିଛି । ଏଯାଏଁ ପ୍ରାୟ ୬୦ ଲକ୍ଷ ମହିଳା ‘ସୁଭଦ୍ରା’ ଟଙ୍କା ପାଇସାରିଲେଣି । ଆହୁରି ୪୦ ଲକ୍ଷରୁ ଅଧିକ ହିତାଧିକାରୀ ଏହି ଟଙ୍କା ପାଇବାକୁ ଅପେକ୍ଷା କରିଛନ୍ତି । ତୃତୀୟ ପର୍ଯ୍ୟାୟରେ ସେମାନଙ୍କ ଆକାଉଣ୍ଟକୁ ଟଙ୍କା ଯିବ ବୋଲି କହିଛନ୍ତି ପ୍ରଭାତୀ ପରିଡା ।

ସୂଚନାନୁସାରେ,ନିର୍ବାଚନ ଇସ୍ତାହାର ଅନୁଯାୟୀ ଚଳିତ ଆର୍ଥିକ ବର୍ଷରୁ ଲାଗୁ ହୋଇଛି ବହୁ ପ୍ରତୀକ୍ଷିତ ସୁଭଦ୍ରା ଯୋଜନା ।ଯୋଗ୍ୟ ହିତାଧିକାରୀଙ୍କୁ ବର୍ଷକୁ ଦୁଇଟି କିସ୍ତିରେ ୫/୫ କରି ୧୦ ହଜାର ମିଳିବ ସୁଭଦ୍ରା ଟଙ୍କା । ୫ ବର୍ଷରେ ଆକାଉଣ୍ଟକୁ ଆସିବ ମୋଟ ୫୦ ହଜାର ନଗଦ ରାଶି । ୨୦୨୪ ନିର୍ବାଚନରେ ବିଜେପି ଦେଇଥିବା ନିର୍ବାଚନୀ ପ୍ରତିଶ୍ରୁତି ଅନୁସାରେ ଓଡ଼ିଶାରେ ମହିଳା ସଶକ୍ତିକରଣ ଲାଗି ରାଜ୍ୟ ସରକାର ଆରମ୍ଭ କରିଛନ୍ତି ସୁଭଦ୍ରା ଯୋଜନା ।

Launching Ceremony of “AYUSHMAN BHARAT

Comments are closed.