ନୀରଜଙ୍କୁ ବିଶ୍ବ ଜାଭଲିନ୍ ସ୍ବର୍ଣ୍ଣ, କିଶୋରଙ୍କ ଶ୍ରେଷ୍ଠ ପ୍ରଦର୍ଶନ

ବୁଡାପେଷ୍ଟ: ଭାରତୀୟ କ୍ରୀଡ଼ାରେ ରବିବାର ସବୁଠାରୁ ଶ୍ରେଷ୍ଠ ମୁହୂର୍ତ୍ତ ଯୋଡ଼ି ହୋଇଛି। ବିଶ୍ବ ଦୌଡ଼କୁଦର ଦୀର୍ଘ ୪୦ ବର୍ଷର ଇତିହାସରେ ପ୍ରଥମ ଥର ପାଇଁ ଭାରତକୁ ସ୍ବର୍ଣ୍ଣ ପଦକ ମିଳିଛି। ଅଲିମ୍ପିକ ସ୍ବର୍ଣ୍ଣ ବିଜୟର ଠିକ୍ ଦୁଇ ବର୍ଷ ପରେ ନୀରଜ ଚୋପ୍ରା ଏହି ସ୍ବର୍ଣ୍ଣିମ ସଫଳତା ପାଇଛନ୍ତି। ଏହାଫଳରେ ଅଲିମ୍ପିକ, ରାଜ୍ୟଗୋଷ୍ଠୀ, ଏସୀୟ କ୍ରୀଡ଼ା ସ୍ବର୍ଣ୍ଣ ପଦକ କବ୍ଜା କରିବାରେ ସେ ପ୍ରଥମ ଭାରତୀୟ ହୋଇପାରିଛନ୍ତି। ବୁଡ଼ାପେଷ୍ଟରେ ରବିବାର ହୋଇଥିବା ପୁରୁଷ ଜାଭଲିନ୍ ପାଇନାଲ୍ରେ ନୀରଜ […]

Samaya Live Picture
Published On

ବୁଡାପେଷ୍ଟ: ଭାରତୀୟ କ୍ରୀଡ଼ାରେ ରବିବାର ସବୁଠାରୁ ଶ୍ରେଷ୍ଠ ମୁହୂର୍ତ୍ତ ଯୋଡ଼ି ହୋଇଛି। ବିଶ୍ବ ଦୌଡ଼କୁଦର ଦୀର୍ଘ ୪୦ ବର୍ଷର ଇତିହାସରେ ପ୍ରଥମ ଥର ପାଇଁ ଭାରତକୁ ସ୍ବର୍ଣ୍ଣ ପଦକ ମିଳିଛି। ଅଲିମ୍ପିକ ସ୍ବର୍ଣ୍ଣ ବିଜୟର ଠିକ୍ ଦୁଇ ବର୍ଷ ପରେ ନୀରଜ ଚୋପ୍ରା ଏହି ସ୍ବର୍ଣ୍ଣିମ ସଫଳତା ପାଇଛନ୍ତି। ଏହାଫଳରେ ଅଲିମ୍ପିକ, ରାଜ୍ୟଗୋଷ୍ଠୀ, ଏସୀୟ କ୍ରୀଡ଼ା ସ୍ବର୍ଣ୍ଣ ପଦକ କବ୍ଜା କରିବାରେ ସେ ପ୍ରଥମ ଭାରତୀୟ ହୋଇପାରିଛନ୍ତି। ବୁଡ଼ାପେଷ୍ଟରେ ରବିବାର ହୋଇଥିବା ପୁରୁଷ ଜାଭଲିନ୍ ପାଇନାଲ୍ରେ ନୀରଜ ଫାଉଲ୍ରୁ ଆରମ୍ଭ କରିଥିଲେ ହେଁ ଦ୍ବିତୀୟ ପ୍ରୟାସରୁ ସ୍ବର୍ଣ୍ଣ ପାଇଁ ଦାବିଦାର ରହିଥିଲେ। ଦ୍ବିତୀୟ ପ୍ରୟାସରେ ୮୮.୧୭ ମିଟର ଜାଭଲିନ୍ ଫିଙ୍ଗି ସେ ଏହି ସଫଳତା ପାଇଥିଲେ। ପାରମ୍ପରିକ ପ୍ରତିଦ୍ବନ୍ଦ୍ବୀ ପାକିସ୍ତାନର ଅର୍ଶଦ ନଦୀମ ଋତୁର ଶ୍ରେଷ୍ଠ ପ୍ରଦର୍ଶନ ସହ ୮୭.୮୨ ମିଟରରେ ରୌପ୍ୟ ଏବଂ ଚେକ୍ ରିପବ୍ଲିକ୍ର ଜାକବ ଭାଦଲେଜକ ୮୬.୬୭ ମିଟର ସହ କାଂସ୍ୟ ପଦକ ଜିତିଛନ୍ତି। ଓଡ଼ିଆ ଜାଭଲିନ୍ ଥ୍ରୋୟର କିଶୋର କୁମାର ଜେନା ପଦକ ପାଇନଥିଲେ ମଧ୍ୟ ନିରାଶ କରିନାହାନ୍ତି। ଦମ୍ଦାର ପ୍ରଦର୍ଶନ ସହ ପଞ୍ଚମ ପ୍ରୟାସରେ ବ୍ୟକ୍ତିଗତ ଶ୍ରେଷ୍ଠ ପ୍ରଦର୍ଶନ (୮୪.୭୭ ମିଟର) ଦେଇ କିଶୋର ପଞ୍ଚମ ସ୍ଥାନରେ ରହିଥିଲା ବେଳେ ଡିପି ମନୁ ୮୪.୧୪ ମିଟରରେ ତାଙ୍କ ତଳକୁ ରହି ଅଭିଯାନ ଶେଷ କରିଥିଲେ।

Tags: