ପ୍ରଧାନମନ୍ତ୍ରୀଙ୍କ ଜନ୍ମ ଦିନରେ ୫୦ ହଜାର ଅନ୍ତ୍ୟୋଦୟ ଘର ବାଣ୍ଟିବେ ରାଜ୍ୟ ସରକାର

0

ଭୁବନେଶ୍ବର: ଅନ୍ତୋଦୟ ହିତାଧିକାରୀଙ୍କ ପାଇଁ ଖୁସି ଖବର । ଆସନ୍ତା ୧୭ ତାରିଖ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନ ଅବସରରେ ୫୦ ହଜାର ଅନ୍ତ୍ୟୋଦୟ ହିତାଧିକାରୀଙ୍କୁ ଘର ବଣ୍ଟନ କରିବେ ରାଜ୍ୟ ସରକାର । ଏନେଇ ସୂଚନା ଦେଇଛନ୍ତି ପଞ୍ଚାୟତ ରାଜ ମନ୍ତ୍ରୀ ରବି ନାରାୟଣ ନାୟକ । ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ କେନ୍ଦ୍ରର ବିଭାଗୀୟ ଅଧିକାରୀଙ୍କ ସହ ଆଲୋଚନା ହୋଇଛି। ପୂର୍ବରୁ ଏକ ଲକ୍ଷରୁ ଅଧିକ ହିତାଧିକାରୀଙ୍କୁ କରାଯାଇଛି ଯୋଜନାରେ ସାମିଲ। ନଭେମ୍ବର ମାସରୁ କାର୍ଯ୍ୟାଦେଶ ଦିଆଯିବ। ନଭେମ୍ବର ମାସ ପର୍ଯ୍ୟନ୍ତ ସବୁ ପ୍ରକ୍ରିୟା ଶେଷ ହେବ।

ମନ୍ତ୍ରୀ କହିଛନ୍ତି, ‘ମୋଦିଙ୍କ ଜନ୍ମଦିନରେ ଅନ୍ତ୍ୟୋଦୟ ଗୃହ ଯୋଜନାର କାର୍ଯ୍ୟାଦେଶ ଦିଆଯିବ। ପୂର୍ବରୁ ୧ ଲକ୍ଷରୁ ଊର୍ଦ୍ଧ୍ବ ହିତାଧିକାରୀଙ୍କୁ ଯୋଜନାରେ ସାମିଲ୍ କରାଯାଇଛି। ନଭେମ୍ବରରେ ଦିଆଯିବ ପିଏମ୍ ଆବାସର କାର୍ଯ୍ୟାଦେଶ।’ ସେହିପରି ନୂଆ ପିଏମ୍ ଆବାସ ସର୍ଭେରେ ଆବେଦନ କରିଥିଲେ ୩୫ ଲକ୍ଷ ହିତାଧିକାରୀ।‘୩ ଲକ୍ଷ ଅନଲାଇନରେ ଆସିଛି । ମୋବାଇଲ ଓ ପ୍ରଶାସନିକ ଅଧିକାରୀଙ୍କ ଦ୍ୱାରା ଚି଼ହ୍ନଟ ହୋଇଛି। ନଭେମ୍ବର ସୁଦ୍ଧା ସମସ୍ତ ପ୍ରକ୍ରିୟା ସରିବ ଏବଂ କାର୍ଯ୍ୟାଦେଶ ପ୍ରକ୍ରିୟା ଆରମ୍ଭ ହେବ ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି। ପ୍ରଶାସନିକ ଅଧିକାରୀଙ୍କ ଦ୍ୱାରା ଚି଼ହ୍ନଟ ହୋଇଛି । ସ୍କୁଟିନ କରାଯାଇଛି ଠିକ୍ ସମୟରେ ନିଷ୍ପତ୍ତି ନିଆଯିବ ବୋଲି ମନ୍ତ୍ରୀ କହିଛନ୍ତି।

Govt
Leave A Reply

Your email address will not be published.