‘ଏକ ଭାରତ ଶ୍ରେଷ୍ଠ ଭାରତ’ କାର୍ଯ୍ୟକ୍ରମ ଅନ୍ତର୍ଗତେ ଶ୍ରୀ ଜଗନ୍ନାଥ ମନ୍ଦିର ଓ କୋଣାର୍କ ମନ୍ଦିର ଗସ୍ତରେ ମହାରାଷ୍ଟ୍ର ଛାତ୍ରଛାତ୍ରୀ

ଭୁବନେଶ୍ୱର: ‘ଏକ ଭାରତ ଶ୍ରେଷ୍ଠ ଭାରତ’ କାର୍ଯ୍ୟକ୍ରମର ଅଂଶବିଶେଷ ଭାବେ ଓଡ଼ିଶା ଗସ୍ତରେ ଆସିଥିବା ନଭି ମୁମ୍ବାଇର କେସି ପାଟିଲ କଲେଜ୍‌ ଅଫ ଇଞ୍ଜିନିୟରିଂର ୫୦ ଜଣ ଛାତ୍ରଛାତ୍ରୀ ବିଶ୍ୱ ପ୍ରସିଦ୍ଧ ତୀର୍ଥକ୍ଷେତ୍ର ପୁରୀ ଶ୍ରୀ ଜଗନ୍ନାଥ ମନ୍ଦିର ଓ କୋଣାର୍କ ମନ୍ଦିର ପରିଦର୍ଶନ କରିଛନ୍ତି । ଗସ୍ତ ପୂର୍ବରୁ ସେମାନଙ୍କୁ ଓଡ଼ିଶାର ସମୃଦ୍ଧ ସାଂସ୍କୃତିକ ଐତିହୟ ଏବଂ ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ ବିଷୟରେ ସୂଚନା ଦିଆଯାଇଥିଲା । ମହାରାଷ୍ଟ୍ରର ଛାତ୍ରଛାତ୍ରୀଙ୍କୁ ଆତିଥେୟ ପ୍ରଦାନ କରିଥିବା ଭୁବନେଶ୍ୱରର ଗାନ୍ଧୀ ଇନଷ୍ଟିଚୁ୍ୟଟ ଅଫ ଟେକ୍ନୋଲୋଜି(ଜିଆଇଏଫଟି) ପକ୍ଷରୁ ଏକ ଉପସ୍ଥାପନା ମାଧ୍ୟମରେ ଲିଙ୍ଗରାଜ ମନ୍ଦିର, ରାଜାରାଣୀ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରିଗୁମ୍ଫା ସମେତ ବିଭିନ୍ନ ଐତିହାସିକ ସ୍ଥଳୀ ସମ୍ପର୍କରେ ସୂଚନା ଦିଆଯାଇଥିଲା ।

ଶ୍ରୀ ଜଗନ୍ନାଥ ମନ୍ଦିର ଓ କୋଣାର୍କ ମନ୍ଦିର ଗସ୍ତରେ ମହାରାଷ୍ଟ୍ର ଛାତ୍ରଛାତ୍ରୀ
ଆଜିର ଦିନରେ ଆୟୋଜିତ ଆଉ ଏକ କାର୍ଯ୍ୟକ୍ରମରେ ଏକ ଭାଷା ବିନିମୟ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ମରାଠୀ ଏବଂ ଓଡ଼ିଆ ଭାଷାରେ ସାମଞ୍ଜସ୍ୟ ଥିବା କେତେକ ଶବ୍ଦ ବିଷୟରେ ଛାତ୍ରଛାତ୍ରୀ ଜାଣିବାକୁ ପାଇଥିଲେ । ‘ଏକ ଭାରତ ଶ୍ରେଷ୍ଠ ଭାରତ’ କାର୍ଯ୍ୟକ୍ରମରେ ମହାରାଷ୍ଟ୍ରର ୫୦ ଜଣ ଛାତ୍ରଛାତ୍ରୀ ଏବଂ ୪ ଜଣ ଶିକ୍ଷକଶିକ୍ଷହିତ୍ରୀ ସମ୍ପ୍ରତି ଓଡ଼ିଶା ଗସ୍ତରେ ଆସିଛନ୍ତି । ରାଜ୍ୟମାନଙ୍କ ମଧ୍ୟରେ ଆପୋସ ସମ୍ପର୍କକୁ ସୁଦ୍‌ୃଢ଼ କରିବା ଏବଂ ଅଖଣ୍ଡ ଭାରତର ସ୍ୱପ୍ନକୁ ସାକାର କରିବା ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ପରିକଳ୍ପନା କ୍ରମେ ଦେଶବ୍ୟାପୀ ‘ଏକ ଭାରତ ଶ୍ରେଷ୍ଠ ଭାରତ’ କାର୍ଯ୍ୟକ୍ରମ ଆୟୋଜନ କରାଯାଉଛି ।

Govt

Comments are closed.