ଆସନ୍ତା କାଲି ବସିବ ସୁଭଦ୍ରା ବୈଠକ

ଭୁବନେଶ୍ୱର : ଆସନ୍ତାକାଲି ବସିବ ସୁଭଦ୍ରା ବୈଠକ । ବାଦ ପଡିଥିବା ହିତାଧିକାରୀଙ୍କୁ ସାମିଲ ନେଇ ବୈଠକରେ ହେବ ଆଲୋଚନା । ଏନେଇ ୩ ବିଭାଗକୁ ତଥ୍ୟ ମାଗିଛନ୍ତି ମହିଳା ଓ ଶିଶୁ ବିଭାଗ । ପରିବହନ ,ଖାଦ୍ୟ ଯୋଗାଣ ଓ ସ୍ୱାସ୍ଥ୍ୟ ବିଭାଗକୁ ମାଗିଛି ତଥ୍ୟ । ଏନେଇ ଆଜି ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ।
ବାଣିଜ୍ୟ ଏବଂ ପରିବହନ ବିଭାଗକୁ ଚାରି ଚକିଆ ଯାନ ଥିବା ମହିଳାଙ୍କ ତଥ୍ୟ ଓ ସ୍ୱାସ୍ଥ୍ୟ ବିଭାଗକୁ ମୃତ ହିତାଧିକାରୀଙ୍କ ତାଲିକା ଯାଞ୍ଚ କରିବାକୁ କୁହାଯାଇଥିଲା । ସେହିପରି ଧାନ ବିକ୍ରି କରିଥିବା ମହିଳାଙ୍କ ନାଁରେ କେତେ ଜମି ପଞ୍ଜୀକରଣ ହୋଇଛି, ତାର ରିପୋର୍ଟ ଖାଦ୍ୟ ଯୋଗାଣ ବିଭାଗକୁ ମଗାଯାଇଥିଲା । ତିନି ବିଭାଗର ରିପୋର୍ଟ ଆଧାରରେ ଆସନ୍ତାକାଲି ବସିବ ସୁଭଦ୍ରା ସମୀକ୍ଷା ବୈଠକ ।

Govt

Comments are closed.