ଆଜି ଭଙ୍ଗାଯିବ ବୈକୁଣ୍ଠଧାମ ଆଶ୍ରମ ଦିନ ୧୨ ସୁଦ୍ଧା ଖାଲି କରିବାକୁ ନିର୍ଦେଶ

ଭୁବନେଶ୍ୱର : ଆଜି ଭଙ୍ଗା ଯିବା ଖଣ୍ଡଗିରି ସ୍ଥିତ କାଶୀନାଥ ବାବାଙ୍କ ବୈକୁଣ୍ଠ ଧାମ ଆଶ୍ରମ । ଦିନ ୧୨ ଟା ସୁଦ୍ଧା ଆଶ୍ରମ ଖାଲି କରିବାକୁ ଗତକାଲି BDA ପକ୍ଷରୁ ଡ଼ାକବାଜି ଯନ୍ତ୍ର ଦ୍ୱାରା ଘୋଷଣା କରାଯାଇଥିଲା । କଳ୍କୀ ଅବତାରଙ୍କ ପୀଠ କହି ବିବାଦକୁ ଆସିଥିଲା ବୈକୁଣ୍ଠ ଆଶ୍ରମ । ବେଆଇନ ଭାବରେ ସରକାରୀ ଜମିରେ ଆଶ୍ରମ ତିଆରି ହୋଇଥିଲା Iବିବାଦ ପରେ ସରକାରୀ ଜମିରେ ଥିବା ଆଶ୍ରମ ଭାଙ୍ଗିବା ପାଇଁ ନିର୍ଦ୍ଦେଶ ଦେଇଥିଲା ସାଧାରଣ ପ୍ରଶାସନ ବିଭାଗ । ନଭେମ୍ବର ୨୦ ରେ ଭାଙ୍ଗିବା ପାଇଁ ହୋଇଥିଲା ନିଷ୍ପତ୍ତି । ତେବେ ଆଶ୍ରମ କର୍ତ୍ତୃପକ୍ଷ କୋର୍ଟରୁ ରହିତାଦେଶ ଆଣିବାରୁ ସ୍ଥଗିତ ରହିଥିଲା ଆଶ୍ରମ ଉଚ୍ଛେଦ କାମ । ଜାଲ କାଗଜପତ୍ର ଦାଖଲ କରି ରହିତାଦେଶ ଆଣିଥିଲେ ଆଶ୍ରମ କର୍ତ୍ତୃପକ୍ଷ । ଏହା ଜଣାପଡିବା ପରେ ରହିତାଦେଶ ଉଠାଇ ଦେଇଛନ୍ତି ହାଇକୋର୍ଟ । ଏହାପରେ ଆଜି ଆଶ୍ରମ ଭାଙ୍ଗିବା ପାଇଁ ନିଷ୍ପତ୍ତି ହୋଇଥିଲା ।

Govt

Comments are closed.