ରାଜ୍ୟରେ ୫୫ଟି ନୂତନ ବାତ୍ୟା ଓ ବନ୍ୟା ଆଶ୍ରୟସ୍ଥଳୀ ନିର୍ମାଣ ପାଇଁ ୨୯ କୋଟି ୩୬ ଲକ୍ଷ ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଜୁଲାଇ ୫: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବାତ୍ୟା ଓ ବନ୍ୟା ଆଶ୍ରୟ ସ୍ଥଳ ନିର୍ମାଣ ପାଇଁ ରିଲିଫ୍‌ ପାଣ୍ଠିକୁ ଏକ ବଡ଼ ଅର୍ଥ ଅନୁମୋଦନ କରିଛନ୍ତି । ରାଜ୍ୟରେ ୫୫ଟି ନୂତନ ବାତ୍ୟା ଓ ବନ୍ୟା ଆଶ୍ରୟସ୍ଥଳୀ ନିର୍ମାଣ ପାଇଁ ସେ ୨୯ କୋଟି ୩୬ ଲକ୍ଷ ଟଙ୍କା ମଞ୍ଜୁର କରିଛନ୍ତି । ଏହା ହେଉଛି ବାତ୍ୟା ଓ ବନ୍ୟା ଆଶ୍ରୟସ୍ଥଳୀ ନିର୍ମାଣ କରିବାର ଦ୍ୱିତୀୟ ପର୍ଯ୍ୟାୟ ଅର୍ଥରାଶି ।

ତେବେ ଚଳିତ ବର୍ଷ ଏପ୍ରିଲ ମାସରେ ମୁଖ୍ୟମନ୍ତ୍ରୀ ପ୍ରଥମ ପର୍ଯ୍ୟାୟରେ ୨୯ କୋଟି ୩୬ ଲକ୍ଷ ଟଙ୍କା ମଞ୍ଜୁର କରିଥିଲେ । ଏହା ବାତ୍ୟା ଓ ବନ୍ୟା ଆଦି ପ୍ରାକୃତିକ ବିପର୍ଯ୍ୟୟ ସମୟରେ ଏହି ଆଶ୍ରୟସ୍ଥଳୀଗୁଡିକ ଲୋକଙ୍କୁ ସୁରକ୍ଷା ଦେବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଆସିଛି ।

ସୂଚନା ଥାଉଯେ, ଓଡ଼ିଶା ରାଜ୍ୟ ବିପର୍ଯ୍ୟୟ ପ୍ରଶମନ କର୍ତ୍ତୃପକ୍ଷଙ୍କ ଜରିଆରେ ଏହା ନିର୍ମାଣ କରାଯାଉଛି । ଏହା ମଧ୍ୟରେ ପ୍ରଥମ ପର୍ଯ୍ୟାୟ କାମରେ ଯଥେଷ୍ଟ ଅଗ୍ରଗତି ହୋଇଛି । ତେଣୁ ବର୍ତ୍ତମାନ ଏହି କାର୍ଯ୍ୟକୁ ତ୍ୱରାନ୍ୱିତ କରିବାକୁ ଦ୍ୱିତୀୟ ପର୍ଯ୍ୟାୟରେ ମୁଖ୍ୟମନ୍ତ୍ରୀ ଆଉ ୨୯କୋଟି ୩୬ ଲକ୍ଷ ଟଙ୍କା ମଞ୍ଜୁର କରିଛନ୍ତି । ତେବେ ଏହି କାର୍ଯ୍ୟକୁ ଖୁବ୍‌ ଶୀଘ୍ର ଶେଷ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।

Comments are closed.