ସମ୍ବଲପୁର : ଖୋଲିଲା ହୀରାକୁଦର ଆଉ ୪ଟି ଗେଟ୍ । ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ହୀରାକୁଦ ର ଜଳସ୍ତର ବଢିଛି । ପୂର୍ବରୁ ୧୦ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସିତ ହେଉଥିବାବେଳେ ଆଜି ଆଉ ୪ ଟି ଗେଟ ଖୋଲାଯାଇଛି । ମୋଟ ୧୪ ଟି ଗେଟ ଦେଇ ବନ୍ୟାଜଳ ନିଷ୍କାସିତ ହେଉଛି । ଏବେ ଜଳଭଣ୍ଡାରର ଜଳସ୍ତର ରହିଛି ୬୨୬.୨୩ ଫୁଟ। ଜଳଭଣ୍ଡାରକୁ ପ୍ରବେଶ କରୁଛି ୨ ଲକ୍ଷ ୧୫ ହଜାର ୬୪୪ କ୍ୟୁସେକ ଜଳ । ନିଷ୍କାସିତ ହେଉଛି ୧ ଲକ୍ଷ ୩୩ ହଜାର ୫୩ କ୍ୟୁସେକ ଜଳ ।
