ବଢିବ ଅଙ୍ଗନବାଡି କର୍ମୀଙ୍କ ଦରମା,ପ୍ରସ୍ତାବ ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା

ଭୁବନେଶ୍ୱର : ଅଙ୍ଗନବାଡି କର୍ମୀଙ୍କ ପାଇଁ ଖୁସି ଖବର । ଖୁବଶୀଘ୍ର ବଢିପାରେ ଅଙ୍ଗନବାଡ଼ି କର୍ମୀଙ୍କ ଦରମା । ଏନେଇ କେନ୍ଦ୍ର ନିକଟରେ ଦାବି ରଖିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ଆଜି ରାଜସ୍ଥାନ ଜୟପୁରରେ ଅନୁଷ୍ଠିତ ଏକ ଚିନ୍ତନ ଶିବିରରେ ଯୋଗ ଦେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଏ ସମ୍ପର୍କରେ କେନ୍ଦ୍ର ସରକାରଙ୍କ ନିକଟରେ ପ୍ରସ୍ତାବ ରଖିଛନ୍ତି । ଏହା ଉପରେ କେନ୍ଦ୍ର ମହିଳା ଓ ଶିଶୁ କଲ୍ୟାଣ ମନ୍ତ୍ରଣାଳୟ ବିଚାର କରୁଛନ୍ତି ବୋଲି ସେ କହିଛନ୍ତି । ଏହାସହ କାର୍ଯ୍ୟରତ ମହିଳାଙ୍କ ନିମନ୍ତେ ହଷ୍ଟେଲ ବ୍ୟବସ୍ଥା ପାଇଁ କେନ୍ଦ୍ର ସରକାରଙ୍କ ଆଗରେ ପ୍ରସ୍ତାବ ରଖିଥିବା ନେଇ ପ୍ରତିକ୍ରିୟା ରଖିଛନ୍ତି ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ।

Govt

Comments are closed.