ଭୁବନେଶ୍ୱର : ୧୬ରେ ସର୍ବଦଳୀୟ ବୈଠକ । ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବ ସର୍ବଦଳୀୟ ବୈଠକ । ଆସନ୍ତା ୧୮ରେ ବିଧାନସଭା ମୌସୁମୀ ଅଧିବେଶନ ଆରମ୍ଭ ହେବାକୁ ଯାଉଛି । ଏହା ପୂର୍ବରୁ ସବଦଳୀୟ ବୈଠକ ଡାକିଛନ୍ତି ବାଚସ୍ପତି । ସୁରୁଖୁରରେ ବିଧାନସଭା ସାରିବା ନେଇ ହେବ ଆଲୋଚନା । ଚଳିତ ବିଧାନସଭାରେ ୭ଟି କାର୍ଯ୍ୟ ଦିବସ ରହିଛି । ସେପ୍ଟେମ୍ବର ୧୮ରୁ ଆରମ୍ଭ ହୋଇ ୨୫ ଯାଏଁ ଚାଲିବ ଗୃହ ।
ଅନ୍ୟପଟେ ବିଭାଗୀୟ ସଚିବମାନଙ୍କ ପାଇଁ ନିର୍ଦ୍ଦେଶନାମା ଜାରି କରାଯାଇଛି । ନିର୍ଦ୍ଦେଶନାମା ଜାରି କରିଛନ୍ତି ମୁଖ୍ୟ ଶାସନ ସଚିବ ବିଧାନସଭାରେ ଉତଥାପନ ପ୍ରସଙ୍ଗର ସମସ୍ତ ଉତ୍ତର ଠିକ ଭାବେ ଦିଆଯିବ । ଏ ନେଇ ବ୍ୟକ୍ତିଗତ ଧ୍ୟାନ ଦେବାକୁ ଅଫିସରଙ୍କୁ ନିର୍ଦ୍ଦେଶ ଦିଆଯାଇଛି ।

Comments are closed.