୨୪ ଘଣ୍ଟାରେ ରାଜ୍ୟରେ ୭୪୫ ସଂକ୍ରମିତ ଓ ୬୯୪ ସୁସ୍ଥ

0

ଭୁବନେଶ୍ୱର: ସେପ୍‌ଟେମ୍ବର ୧୦ : ଆଜି ରାଜ୍ୟରେ ନୂତନ ୬୬, ୧୦୬ ସ୍ୱାବ ଟେଷ୍ଟ ମଧ୍ୟରୁ ୭୪୫ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୧୧୯ ଜଣ ୧୮ ବର୍ଷ ବୟସରୁ କମ୍‌ ବର୍ଗର ରହିଛନ୍ତି । ଆଜିର ସଂକ୍ରମଣଙ୍କ ମଧ୍ୟରୁ ୪୩୫ ଜଣ କ୍ୱାରେଣ୍ଟିନରୁ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୩୧୦ ରହିଛି । ଏପର୍ଯ୍ୟନ୍ତ ରାଜ୍ୟରେ କରୋନାରେ ୧୦ ଲକ୍ଷ ୧୫ ହଜାର ୮୩ ଜଣ କରୋନାରେ ଆକ୍ରାନ୍ତ ହୋଇସାରିଲେଣି ।
ସେହିପରି ୨୪ ଘଣ୍ଟାରେ ୬୯୪ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ଆଜିର ସୁସ୍ଥତାଙ୍କୁ ମିଶାଇ ଏବେ ରାଜ୍ୟରେ ମୋଟ ୯ ଲକ୍ଷ ୯୯ ହଜାର ୮୫୯ ଜଣ ସୁସ୍ଥ ହୋଇସାରିଲେଣି । ଏବେ ରାଜ୍ୟରେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୭, ୮୭ ରହିଛି ।
୨୪ ଘଣ୍ଟାରେ ରାଜ୍ୟରେ ୬ ଜଣ କରୋନା ସଂକ୍ରମିତଙ୍କ ମୃତୁ୍ୟ ହୋଇଛି । ଆଜିର ମୃତକଙ୍କୁ ମିଶାଇ ଏବେ ରାଜ୍ୟରେ ମୋଟ ୮, ୦୮୪ ଜଣଙ୍କର ମୃତୁ୍ୟ ହୋଇସାରିଲାଣି ।

 

 

 

Leave A Reply

Your email address will not be published.