୨୪ ଘଣ୍ଟାରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୫, ୯୨୧ ଏବଂ ୧୧ ହଜାରରୁ ଅଧିକ ସୁସ୍ଥ

ଦିଲ୍ଲୀ: ମାର୍ଚ୍ଚ ୦୫ :ଦେଶରେ କରୋନା ସଂକ୍ରମଣ କମିବାରେ ଲାଗୁଛି । ଯାହା ଏକ ଆଶ୍ୱସ୍ତିକର କଥା । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୫ ହଜାର ୯୨୧ ରହିଛି । ସେହିପରି ୨୪ ଘଣ୍ଟା ମଧ୍ୟରେ ୧୧ ହଜାର ୬୫୧ ଜଣ ସୁସ୍ଥ ହୋଇଛନ୍ତି । ଦେଶରେ ସୁସ୍ଥତା ହାର ୯୮.୬୫ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ ୪ କୋଟି ୨୩ ଲକ୍ଷ ୭୮ ହଜାର ୭୨୧ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି ।

ସେହିପରି ୨୪ ଘଣ୍ଟାରେ ୨୮୯ ଜଣଙ୍କର ମୃତୁ୍ୟ ହୋଇଛି । ଏବେ ଦେଶରେ ସକ୍ରିୟ କରୋନା ରୋଗୀଙ୍କ ସଂଖ୍ୟା ୬୯ ହଜାର ୮୯୮ ରହିଛି ।

ଦେଶରେ ଦୈନିକ ସଂକ୍ରମଣ ହାର ୦. ୬୩ ପ୍ରତିଶତ ରହିଥିଲାବେଳେ ସାପ୍ତାହିକ ସଂକ୍ରମଣ ହାର ୦.୮୪ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ୍‌ ୧୭୮. ୫୫ କୋଟି ଲୋକ କରୋନା ଟିକା ନେଇଥିବା ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତରଫରୁ ସୂଚନା ମିଳିଛି ।

Govt

Comments are closed.