୨୪ ଘଣ୍ଟାରେ ଦେଶରେ ୧୮, ୪୫୪ କରୋନା ସଂକ୍ରମିତ ଏବଂ ୧୧୭, ୫୬୧ ସୁସ୍ଥ

ଦିଲ୍ଲୀ: ଅକ୍‌ଟୋବର ୨୧ : ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୮, ୪୫୪ ରହିଛି । ସେହିପରି ୨୪ ଘଣ୍ଟା ମଧ୍ୟରେ ୧୭, ୫୬୧ ଜଣ ସୁସ୍ଥ ହୋଇଛନ୍ତି । ଦେଶରେ ସୁସ୍ଥତା ହାର ୯୮. ୧୫ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ ୩ କୋଟି ୩୪ ଲକ୍ଷ ୯୫ ହଜାର ୮୦୮ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି । ଏବେ ଦେଶରେ ସକ୍ରିୟ କରୋନା ରୋଗୀଙ୍କ ସଂଖ୍ୟା ୧ ଲକ୍ଷ ୭୮ ହଜାର ୮୩୧ ରହିଛି ।

ଅନ୍ୟପକ୍ଷେ, ଗତ ୨୪ ଘଣ୍ଟାରେ ୧୬୦ ଜଣଙ୍କର କରୋନାରୁ ମୃତୁ୍ୟ ହୋଇଛି । ଆଜିର ମୃତକଙ୍କୁ ମିଶାଇ ଦେଶରେ କରୋନାରେ ୪ ଲକ୍ଷ ୫୨ ହଜାର ୮୧୧ ଜଣ ରୋଗୀଙ୍କର ମୃତୁ୍ୟ ହୋଇସାରିଲାଣି ।

ଦେଶରେ ସାପ୍ତାହିକ ସଂକ୍ରମଣ ହାର ୧.୩୪ ପ୍ରତିଶତ ରହିଥିଲାବେଳେ ଦୈନିକ ସଂକ୍ରମଣ ହାର ୧.୪୮ ପ୍ରତିଶତ ରହିଛି ।

ଅନ୍ୟପକ୍ଷେ, ଆଜି ଭାରତ ଟିକାକରଣରେ ଅନ୍ୟ ଦେଶକୁ ପଛରେ ପକାଇ ଇତିହାସ ରଚିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ୍‌ ୧୦୦ କୋଟି ଲୋକ କରୋନା ଟିକା ନେଇଥିବା ସ୍ୱାସ୍ଥ୍ୟ ସନ୍ତ୍ରାଳୟ ତରଫରୁ ସୂଚନା ମିଳିଛି ।

Comments are closed.