୨୪ ଘଣ୍ଟାରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୨, ୫୦୩ ଏବଂ ୪ ହଜାରରୁ ଉର୍ଦ୍ଧ୍ୱ ସୁସ୍ଥ

ଦିଲ୍ଲୀ: ମାର୍ଚ୍ଚ ୧୪ : ଦେଶରେ କରୋନା ସଂକ୍ରମଣ କମିବାରେ ଲାଗୁଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୨ ହଜାର ୫୦୩ ରହିଛି । ସେହିପରି ୨୪ ଘଣ୍ଟା ମଧ୍ୟରେ ୪ ହଜାର ୩୭୭ ଜଣ ସୁସ୍ଥ ହୋଇଛନ୍ତି । ଦେଶରେ ସୁସ୍ଥତା ହାର ୯୮. ୭୨ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ ୪ କୋଟି ୨୪ ଲକ୍ଷ ୪୧ ହଜାର ୪୪୯ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି ।

ସେହିପରି ୨୪ ଘଣ୍ଟାରେ କରୋନାରେ ୨୭ ଜଣଙ୍କର ମୃତୁ୍ୟ ହୋଇଥିବା ସୂଚନା ରହିଛି ।

ଦେଶରେ ଦୈନିକ ସଂକ୍ରମଣ ହାର ୦. ୪୭ ପ୍ରତିଶତ ରହିଥିଲାବେଳେ ସାପ୍ତାହିକ ସଂକ୍ରମଣ ହାର ୦.୪୭ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ୍‌ ୧୮୦. ୧୯ କୋଟି ଲୋକ କରୋନା ଟିକା ନେଇଥିବା ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତରଫରୁ ସୂଚନା ମିଳିଛି ।

Govt

Comments are closed.