୨୪ ଘଣ୍ଟାରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୨, ୫୩୯ ଏବଂ ୪ ହଜାରରୁ ଉର୍ଦ୍ଧ୍ୱ ସୁସ୍ଥ

ଦିଲ୍ଲୀ: ମାର୍ଚ୍ଚ ୧୭ : ଦେଶରେ କରୋନା ସଂକ୍ରମଣ କମିବାରେ ଲାଗୁଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୨ ହଜାର ୫୩୯ ରହିଛି । ସେହିପରି ୨୪ ଘଣ୍ଟା ମଧ୍ୟରେ ୪ ହଜାର ୪୯୧ ଜଣ ସୁସ୍ଥ ହୋଇଛନ୍ତି । ଦେଶରେ ସୁସ୍ଥତା ହାର ୯୮. ୭୩ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ ୪ କୋଟି ୨୪ ଲକ୍ଷ ୫୪ ହଜାର ୪୫୬ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି ।

ସେହିପରି ୨୪ ଘଣ୍ଟାରେ କରୋନାରେ ୬୦ ଜଣଙ୍କର ମୃତୁ୍ୟ ହୋଇଥିବା ସୂଚନା ରହିଛି । ଏମାନଙ୍କୁ ମିଶାଇ ଏପର୍ଯ୍ୟନ୍ତ ଦେଶରେ ମୋଟ୍‌ ୫ ଲକ୍ଷ ୧୬ ହଜାର ୧୩୨ ଜଣ କରୋନାରେ ମୃତୁ୍ୟବରଣ କରିସାରିଲେଣି ।

ଦେଶରେ ଦୈନିକ ସଂକ୍ରମଣ ହାର ୦. ୩୫ ପ୍ରତିଶତ ରହିଥିଲାବେଳେ ସାପ୍ତାହିକ ସଂକ୍ରମଣ ହାର ୦.୪୨ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ୍‌ ୧୮୦. ୮୦ କୋଟି ଲୋକ କରୋନା ଟିକା ନେଇଥିବା ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତରଫରୁ ସୂଚନା ମିଳିଛି ।

Govt

Comments are closed.