ଦିଲ୍ଲୀ: ମାର୍ଚ୍ଚ ୨୮ : ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧ ହଜାର ୨୭୦ ରହିଛି ଏବଂ ୧ ହଜାର ୫୬୭ ଜଣ ସୁସ୍ଥ ହୋଇଛନ୍ତି । ଦେଶରେ ସୁସ୍ଥତା ହାର ୯୮. ୭୫ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ ୪ କୋଟି ୨୪ ଲକ୍ଷ ୮୩ ହଜାର ୮୨୯ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି ।
୨୪ ଘଣ୍ଟାରେ ଦେଶରେ ୩୧ ଜଣଙ୍କର କରୋନାରେ ମୃତୁ୍ୟ ହୋଇଛି । ଆଜିର ମୃତକଙ୍କୁ ମିଶାଇ ଏବେ ଦେଶରେ ମୋଟ୍ ୫ ଲକ୍ଷ ୨୧ ହଜାର ୦୩୫ ଜଣ କରୋନାରେ ମୃତୁ୍ୟବରଣ କରିସାରିଲେଣି ।
ଦେଶରେ ଦୈନିକ ସଂକ୍ରମଣ ହାର ୦. ୨୯ ପ୍ରତିଶତ ରହିଥିଲା ବେଳେ ସାପ୍ତାହିକ ସଂକ୍ରମଣ ହାର ୦.୨୬ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ୍ ୧୮୩. ୨୬ କୋଟି ଲୋକ କରୋନା ଟିକା ନେଇଥିବା ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତରଫରୁ ସୂଚନା ମିଳିଛି ।
Comments are closed.