୨୪ ଘଣ୍ଟାରେ ଦେଶରେ ୧, ୨୫୯ କରୋନା ସଂକ୍ରମଣ ଚିହ୍ନଟ ଓ ୧, ୭୦୫ ସୁସ୍ଥ

ଦିଲ୍ଲୀ: ମାର୍ଚ୍ଚ ୨୯ : ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧ ହଜାର ୨୫୯ ରହିଛି ଏବଂ ୧ ହଜାର ୭୦୫ ଜଣ ସୁସ୍ଥ ହୋଇଛନ୍ତି । ଦେଶରେ ସୁସ୍ଥତା ହାର ୯୮. ୭୫ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ ୪ କୋଟି ୨୪ ଲକ୍ଷ ୮୫ ହଜାର ୫୩୪ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି ।

୨୪ ଘଣ୍ଟାରେ ଦେଶରେ ୩୫ ଜଣଙ୍କର କରୋନାରେ ମୃତୁ୍ୟ ହୋଇଛି । ଆଜିର ମୃତକଙ୍କୁ ମିଶାଇ ଏବେ ଦେଶରେ ମୋଟ୍‌ ୫ ଲକ୍ଷ ୨୧ ହଜାର ୦୭୦ ଜଣ କରୋନାରେ ମୃତୁ୍ୟବରଣ କରିସାରିଲେଣି ।

ଦେଶରେ ଦୈନିକ ସଂକ୍ରମଣ ହାର ୦. ୨୨ ପ୍ରତିଶତ ରହିଥିଲା ବେଳେ ସାପ୍ତାହିକ ସଂକ୍ରମଣ ହାର ୦.୨୫ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ୍‌ ୧୮୩. ୫୩ କୋଟି ଲୋକ କରୋନା ଟିକା ନେଇଥିବା ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତରଫରୁ ସୂଚନା ମିଳିଛି ।

Comments are closed.