୨୪ ଘଣ୍ଟାରେ ଦେଶରେ ୧,୦୮୮ ଜଣ କରୋନାରେ ସଂକ୍ରମିତ ଏବଂ ୨୬ ମୃତ

ଦିଲ୍ଲୀ: ଏପ୍ରିଲ ୧୩ : ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧,୦୮୮ ରହିଛି । ନୂଆ ସଂକ୍ରମିତଙ୍କୁ ମିଶାଇ ଏପର୍ଯ୍ୟନ୍ତ ଦେଶରେ ମୋଟ୍‌ ୪ କୋଟି ୩୦ ଲକ୍ଷ ୩୮ ହଜାର ୦୧୬ ଜଣ କରୋନାରେ ସଂକ୍ରମିତ ହୋଇସାରିଲେଣି । ସେହିପରି ଆଜି ୧,୦୮୧ ଜଣ ସୁସ୍ଥ ହୋଇଛନ୍ତି । ଦେଶରେ ସୁସ୍ଥତା ହାର ୯୮. ୭୬ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ ୪ କୋଟି ୨୫ ଲକ୍ଷ ୦୫ ହଜାର ୪୧୦ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି ।

୨୪ ଘଣ୍ଟାରେ ଦେଶରେ ୨୬ ଜଣଙ୍କର କରୋନାରେ ମୃତୁ୍ୟ ହୋଇଛି । ଏମାନଙ୍କୁ ମିଶାଇ ଏପର୍ଯ୍ୟ; ଦେଶରେ ୫ ଲକ୍ଷ ୨୧ ହଜାର ୭୩୬ ଜଣ କରୋନାରେ ପ୍ରାଣ ହରାଇ ସାରିଲେଣି ।

ଦେଶରେ ଦୈନିକ ସଂକ୍ରମଣ ହାର ୦. ୨୫ ପ୍ରତିଶତ ରହିଥିଲା ବେଳେ ସାପ୍ତାହିକ ସଂକ୍ରମଣ ହାର ୦.୨୪ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ୍‌ ୧୮୬. ୦୭ କୋଟି ଲୋକ କରୋନା ଟିକା ନେଇଥିବା ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତରଫରୁ ସୂଚନା ମିଳିଛି ।

Govt

Comments are closed.