୨୪ ଘଣ୍ଟାରେ ଦେଶରେ ୧,୦୦୭ ଜଣ କରୋନାରେ ସଂକ୍ରମିତ ଏବଂ ଜଣେ ମୃତ

ଦିଲ୍ଲୀ: ଏପ୍ରିଲ ୧୪ : ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧,୦୦୭ ରହିଛି । ନୂଆ ସଂକ୍ରମିତଙ୍କୁ ମିଶାଇ ଏପର୍ଯ୍ୟନ୍ତ ଦେଶରେ ମୋଟ୍‌ ୪ କୋଟି ୩୦ ଲକ୍ଷ ୩୯ ହଜାର ୦୨୩ ଜଣ କରୋନାରେ ସଂକ୍ରମିତ ହୋଇସାରିଲେଣି । ସେହିପରି ଆଜି ୮୧୮ ଜଣ ସୁସ୍ଥ ହୋଇଛନ୍ତି । ଦେଶରେ ସୁସ୍ଥତା ହାର ୯୮. ୭୬ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ ୪ କୋଟି ୨୫ ଲକ୍ଷ ୦୬ ହଜାର ୨୨୮ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି ।

୨୪ ଘଣ୍ଟାରେ ଦେଶରେ ଜଣଙ୍କର କରୋନାରେ ମୃତୁ୍ୟ ହୋଇଛି । ଆଜିର ମୃତକଙ୍କୁ ମିଶାଇ ଏପର୍ଯ୍ୟ; ଦେଶରେ ୫ ଲକ୍ଷ ୨୧ ହଜାର ୭୩୭ ଜଣ କରୋନାରେ ପ୍ରାଣ ହରାଇ ସାରିଲେଣି ।

ଦେଶରେ ଦୈନିକ ସଂକ୍ରମଣ ହାର ୦. ୨୩ ପ୍ରତିଶତ ରହିଥିଲା ବେଳେ ସାପ୍ତାହିକ ସଂକ୍ରମଣ ହାର ୦.୨୫ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ୍‌ ୧୮୬. ୨୨ କୋଟି ଲୋକ କରୋନା ଟିକା ନେଇଥିବା ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତରଫରୁ ସୂଚନା ମିଳିଛି ।

Launching Ceremony of “AYUSHMAN BHARAT

Comments are closed.