ଦିଲ୍ଲୀ: ଏପ୍ରିଲ ୧୫ : ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୪୯ ରହିଛି । ନୂଆ ସଂକ୍ରମିତଙ୍କୁ ମିଶାଇ ଏପର୍ଯ୍ୟନ୍ତ ଦେଶରେ ମୋଟ୍ ୪ କୋଟି ୩୦ ଲକ୍ଷ ୩୯ ହଜାର ୯୭୨ ଜଣ କରୋନାରେ ସଂକ୍ରମିତ ହୋଇସାରିଲେଣି । ସେହିପରି ଆଜି ୮୧୦ଜଣ ସୁସ୍ଥ ହୋଇଛନ୍ତି । ଦେଶରେ ସୁସ୍ଥତା ହାର ୯୮. ୭୬ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ ୪ କୋଟି ୨୫ ଲକ୍ଷ ୦୭ ହଜାର ୦୩୮ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି ।
୨୪ ଘଣ୍ଟାରେ ଦେଶରେ ୬ ଜଣଙ୍କର କରୋନାରେ ମୃତୁ୍ୟ ହୋଇଛି । ଏମାନଙ୍କୁ ମିଶାଇ ଏପର୍ଯ୍ୟ; ଦେଶରେ ୫ ଲକ୍ଷ ୨୧ ହଜାର ୭୪୩ ଜଣ କରୋନାରେ ପ୍ରାଣ ହରାଇ ସାରିଲେଣି ।
ଦେଶରେ ଦୈନିକ ସଂକ୍ରମଣ ହାର ୦. ୨୬ ପ୍ରତିଶତ ରହିଥିଲା ବେଳେ ସାପ୍ତାହିକ ସଂକ୍ରମଣ ହାର ୦.୨୫ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ୍ ୧୮୬. ୩୦ କୋଟି ଲୋକ କରୋନା ଟିକା ନେଇଥିବା ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତରଫରୁ ସୂଚନା ମିଳିଛି ।
Comments are closed.