ଦିଲ୍ଲୀ: ଏପ୍ରିଲ ୧୮ : ଦେଶରେ ପୁଣି କରୋନା ନିଜର ବିସ୍ତାର ଆରମ୍ଭ କଲାଣି । କିଛି ଦିନ ହେବ କରୋନା ସଂକ୍ରମଣ ସଂଖ୍ୟା ହଜାରେ ତଳକୁ ଥିଲାବେଳେ ଆଜି ତାହା ବଢ଼ି ଦୁଇ ହଜାର ଉପରକୁ ରହିଛି । ଯାହା ଏକ ଚିନ୍ତାଜନକ କଥା ।
ରିପୋର୍ଟ ଅନୁସାରେ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୨ ହଜାର ୧୮୩ ରହିଛି । ନୂଆ ସଂକ୍ରମିତଙ୍କୁ ମିଶାଇ ଏପର୍ଯ୍ୟନ୍ତ ଦେଶରେ ମୋଟ୍ ୪ କୋଟି ୩୦ ଲକ୍ଷ ୪୪ ହଜାର ୨୮୦ ଜଣ କରୋନାରେ ସଂକ୍ରମିତ ହୋଇସାରିଲେଣି । ସେହିପରି ଆଜି ୧, ୯୮୫ ଜଣ ସୁସ୍ଥ ହୋଇଛନ୍ତି । ଦେଶରେ ସୁସ୍ଥତା ହାର ୯୮. ୭୬ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ ୪ କୋଟି ୨୫ ଲକ୍ଷ ୧୦ ହଜାର ୭୭୩ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି ।
୨୪ ଘଣ୍ଟାରେ ଦେଶରେ ୨୧୪ ଜଣଙ୍କର କରୋନାରେ ମୃତୁ୍ୟ ହୋଇଛି । ମୃତକମାନଙ୍କ ମଧ୍ୟରୁ ୨୧୨ ଜଣ କେବଳ କେରଳ ରାଜ୍ୟର ରହିଛନ୍ତି । ଆଜିର ମୃତକଙ୍କୁ ମିଶାଇ ଏପର୍ଯ୍ୟ; ଦେଶରେ ୫ ଲକ୍ଷ ୨୧ ହଜାର ୯୬୫ ଜଣ କରୋନାରେ ପ୍ରାଣ ହରାଇ ସାରିଲେଣି ।
ଦେଶରେ ଦୈନିକ ସଂକ୍ରମଣ ହାର ୦. ୮୩ ପ୍ରତିଶତ ରହିଥିଲା ବେଳେ ସାପ୍ତାହିକ ସଂକ୍ରମଣ ହାର ୦.୩୨ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ୍ ୧୮୬. ୫୪ କୋଟି ଲୋକ କରୋନା ଟିକା ନେଇଥିବା ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତରଫରୁ ସୂଚନା ମିଳିଛି ।

Comments are closed.