ବଢ଼ୁଛି କରୋନା ଗ୍ରାଫ୍‌: ୨୪ ଘଣ୍ଟାରେ ଦେଶରେ ୨, ୫୪୧ ସଂକ୍ରମିତ ଓ ୩୦ ମୃତ

ଦିଲ୍ଲୀ: ଏପ୍ରିଲ ୨୫ : ଲଗାତାର କିଛି ଦିନ ହେବ ଦେଶରେ କରୋନ ଗ୍ରାଫ୍‌ ସମାନ ରହିଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୨ ହଜାର ୫୪୧ ରହିଛି । ନୂଆ ସଂକ୍ରମିତଙ୍କୁ ମିଶାଇ ଏପର୍ଯ୍ୟନ୍ତ ଦେଶରେ ମୋଟ୍‌ ୪ କୋଟି ୩୦ ଲକ୍ଷ ୬୦ ହଜାର ୦୮୬ ଜଣ କରୋନାରେ ସଂକ୍ରମିତ ହୋଇସାରିଲେଣି । ସେହିପରି ଆଜି ୧, ୮୬୨ ଜଣ ସୁସ୍ଥ ହୋଇଛନ୍ତି । ଦେଶରେ ସୁସ୍ଥତା ହାର ୯୮. ୭୫ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ ୪ କୋଟି ୨୫ ଲକ୍ଷ ୨୧ ହଜାର ୩୪୧ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି ।

୨୪ ଘଣ୍ଟାରେ ଦେଶରେ ୩୦ ଜଣଙ୍କର କରୋନାରେ ମୃତୁ୍ୟ ହୋଇଛି । ଏମାନଙ୍କୁ ମିଶାଇ ଏପର୍ଯ୍ୟ; ଦେଶରେ ୫ ଲକ୍ଷ ୨୨ ହଜାର ୨୨୩ ଜଣ କରୋନାରେ ପ୍ରାଣ ହରାଇ ସାରିଲେଣି ।

ଦେଶରେ ଦୈନିକ ସଂକ୍ରମଣ ହାର ୦. ୮୪ ପ୍ରତିଶତ ରହିଥିଲା ବେଳେ ସାପ୍ତାହିକ ସଂକ୍ରମଣ ହାର ୦.୫୪ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ୍‌ ୧୮୭. ୭୧ କୋଟି ଲୋକ କରୋନା ଟିକା ନେଇଥିବା ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତରଫରୁ ସୂଚନା ମିଳିଛି ।

Launching Ceremony of “AYUSHMAN BHARAT

Comments are closed.