ଦିଲ୍ଲୀ: ଏପ୍ରିଲ ୨୬ : ଲଗାତାର କିଛି ଦିନ ହେବ ଦେଶରେ କରୋନ ଗ୍ରାଫ୍ ସମାନ ରହିଥିଲା ବେଳେ ମୃତୁ୍ୟ ସଂଖ୍ୟା ବୃଦ୍ଧି ପାଉଛି । ଯାହା ଏକ ଚିନ୍ତାଜନକ କଥା । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୨ ହଜାର ୪୮୩ ରହିଛି । ନୂଆ ସଂକ୍ରମିତଙ୍କୁ ମିଶାଇ ଏପର୍ଯ୍ୟନ୍ତ ଦେଶରେ ମୋଟ୍ ୪ କୋଟି ୩୦ ଲକ୍ଷ ୬୨ ହଜାର ୫୬୯ ଜଣ କରୋନାରେ ସଂକ୍ରମିତ ହୋଇସାରିଲେଣି । ସେହିପରି ଆଜି ୧, ୯୭୦ ଜଣ ସୁସ୍ଥ ହୋଇଛନ୍ତି । ଦେଶରେ ସୁସ୍ଥତା ହାର ୯୮. ୭୫ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ ୪ କୋଟି ୨୫ ଲକ୍ଷ ୨୩ ହଜାର ୩୧୧ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି ।
୨୪ ଘଣ୍ଟାରେ ଦେଶରେ ୧ ହଜାର ୩୯୯ ଜଣଙ୍କର କରୋନାରେ ମୃତୁ୍ୟ ହୋଇଛି । ଏମାନଙ୍କୁ ମିଶାଇ ଏପର୍ଯ୍ୟ; ଦେଶରେ ୫ ଲକ୍ଷ ୨୩ ହଜାର ୬୨୨ ଜଣ କରୋନାରେ ପ୍ରାଣ ହରାଇ ସାରିଲେଣି ।
ଦେଶରେ ଦୈନିକ ସଂକ୍ରମଣ ହାର ୦. ୫୫ ପ୍ରତିଶତ ରହିଥିଲା ବେଳେ ସାପ୍ତାହିକ ସଂକ୍ରମଣ ହାର ୦.୫୮ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ୍ ୧୮୭. ୯୫ କୋଟି ଲୋକ କରୋନା ଟିକା ନେଇଥିବା ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତରଫରୁ ସୂଚନା ମିଳିଛି ।
ଅନ୍ୟପକ୍ଷରେ, ଦେଶରେ କରୋନା ସଂକ୍ରମଣ ବଢ଼ୁଥିବା ହେତୁ ଚତୁର୍ଥ ଲହର ହୋଇପାରେ ବୋଲି ଆଶା କରାଯାଉଛି । ଏଣୁ ଆସନ୍ତାକାଲି ଏନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଜ୍ୟର ସମସ୍ତ ମୁଖ୍ୟମନ୍ତ୍ରୀଙ୍କ ସହ ଭିଡିଓ କନ୍ଫେରେନ୍ସି ଜରିଆରେ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି ।

Comments are closed.