୨୪ ଘଣ୍ଟାରେ ଦେଶରେ ୨, ୯୨୭ ଜଣ ନୂଆ କରୋନା ସଂକ୍ରମିତ ଚିହ୍ନଟ ଓ ୩୨ ମୃତ

ଦିଲ୍ଲୀ: ଏପ୍ରିଲ ୨୭ : ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୨ ହଜାର ୯୨୭ ରହିଛି । ନୂଆ ସଂକ୍ରମିତଙ୍କୁ ମିଶାଇ ଏପର୍ଯ୍ୟନ୍ତ ଦେଶରେ ମୋଟ୍‌ ୪ କୋଟି ୩୦ ଲକ୍ଷ ୬୫ ହଜାର ୪୯୬ ଜଣ କରୋନାରେ ସଂକ୍ରମିତ ହୋଇସାରିଲେଣି । ସେହିପରି ଆଜି ୨, ୨୫୨ ଜଣ ସୁସ୍ଥ ହୋଇଛନ୍ତି । ଦେଶରେ ସୁସ୍ଥତା ହାର ୯୮. ୭୫ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ ୪ କୋଟି ୨୫ ଲକ୍ଷ ୨୫ ହଜାର ୫୬୩ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି ।

୨୪ ଘଣ୍ଟାରେ ଦେଶରେ ୩୨ ଜଣଙ୍କର କରୋନାରେ ମୃତୁ୍ୟ ହୋଇଛି । ଏମାନଙ୍କୁ ମିଶାଇ ଏପର୍ଯ୍ୟ; ଦେଶରେ ୫ ଲକ୍ଷ ୨୩ ହଜାର ୬୫୪ ଜଣ କରୋନାରେ ପ୍ରାଣ ହରାଇ ସାରିଲେଣି ।

ଦେଶରେ ଦୈନିକ ସଂକ୍ରମଣ ହାର ୦. ୫୮ ପ୍ରତିଶତ ରହିଥିଲା ବେଳେ ସାପ୍ତାହିକ ସଂକ୍ରମଣ ହାର ୦.୫୯ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ୍‌ ୧୮୮. ୧୯ କୋଟି ଲୋକ କରୋନା ଟିକା ନେଇଥିବା ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତରଫରୁ ସୂଚନା ମିଳିଛି ।

ଅନ୍ୟପକ୍ଷରେ, ଦେଶରେ କରୋନା ସଂକ୍ରମଣ ବଢ଼ୁଥିବା ହେତୁ ଚତୁର୍ଥ ଲହର ହୋଇପାରେ ବୋଲି ଆଶା କରାଯାଉଛି । ଏଣୁ ଆଜି ଅପରାହ୍ନ ୧୨ଟାରେ ଏନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଜ୍ୟର ସମସ୍ତ ମୁଖ୍ୟମନ୍ତ୍ରୀଙ୍କ ସହ ଭିଡିଓ କନ୍‌ଫେରେନ୍ସି ଜରିଆରେ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି ।

Launching Ceremony of “AYUSHMAN BHARAT

Comments are closed.