ଦେଶରେ ବଢ଼ୁଛି କରୋନା: ୨୪ ଘଣ୍ଟାରେ ସଂକ୍ରମିତଙ୍କ ସଂଖ୍ୟା ୩ ହଜାରକୁ ପାର୍‌ , ୩୯ ମୃତ

ଦିଲ୍ଲୀ: ଏପ୍ରିଲ ୨୮ : ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୩ ହଜାର ୩୦୩ ରହିଛି । ନୂଆ ସଂକ୍ରମିତଙ୍କୁ ମିଶାଇ ଏପର୍ଯ୍ୟନ୍ତ ଦେଶରେ ମୋଟ୍‌ ୪ କୋଟି ୩୦ ଲକ୍ଷ ୬୮ ହଜାର ୭୯୯ ଜଣ କରୋନାରେ ସଂକ୍ରମିତ ହୋଇସାରିଲେଣି । ସେହିପରି ଆଜି ୨, ୫୬୩ ଜଣ ସୁସ୍ଥ ହୋଇଛନ୍ତି । ଦେଶରେ ସୁସ୍ଥତା ହାର ୯୮. ୭୪ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ ୪ କୋଟି ୨୫ ଲକ୍ଷ ୨୮ ହଜାର ୧୨୬ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି ।

୨୪ ଘଣ୍ଟାରେ ଦେଶରେ ୩୯ ଜଣଙ୍କର କରୋନାରେ ମୃତୁ୍ୟ ହୋଇଛି । ଏମାନଙ୍କୁ ମିଶାଇ ଏପର୍ଯ୍ୟ; ଦେଶରେ ୫ ଲକ୍ଷ ୨୩ ହଜାର ୬୯୩ ଜଣ କରୋନାରେ ପ୍ରାଣ ହରାଇ ସାରିଲେଣି ।

ଦେଶରେ ଦୈନିକ ସଂକ୍ରମଣ ହାର ୦. ୬୬ ପ୍ରତିଶତ ରହିଥିଲା ବେଳେ ସାପ୍ତାହିକ ସଂକ୍ରମଣ ହାର ୦.୬୧ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ୍‌ ୧୮୮. ୪୦ କୋଟି ଲୋକ କରୋନା ଟିକା ନେଇଥିବା ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତରଫରୁ ସୂଚନା ମିଳିଛି ।

Launching Ceremony of “AYUSHMAN BHARAT

Comments are closed.