୨୪ ଘଣ୍ଟାରେ ଦେଶରେ ୩, ୨୦୫ କରୋନା ସଂକ୍ରମିତ ଚିହ୍ନଟ ଓ ୩୧ ମୃତ

ଦିଲ୍ଲୀ: ମେ ୦୪ : ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୩ ହଜାର ୨୦୫ ରହିଛି । ନୂଆ ସଂକ୍ରମିତଙ୍କୁ ମିଶାଇ ଏପର୍ଯ୍ୟନ୍ତ ଦେଶରେ ମୋଟ୍‌ ୪ କୋଟି ୩୦ ଲକ୍ଷ ୮୮ ହଜାର ୧୧୮ ଜଣ କରୋନାରେ ସଂକ୍ରମିତ ହୋଇସାରିଲେଣି । ସେହିପରି ଆଜି ୨, ୮୦୨ ଜଣ ସୁସ୍ଥ ହୋଇଛନ୍ତି । ଦେଶରେ ସୁସ୍ଥତା ହାର ୯୮. ୭୪ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ ୪ କୋଟି ୨୫ ଲକ୍ଷ ୪୪ ହଜାର ୬୮୯ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି ।

୨୪ ଘଣ୍ଟାରେ ଦେଶରେ ୩୧ ଜଣଙ୍କର କରୋନାରେ ମୃତୁ୍ୟ ହୋଇଛି । ଏମାନଙ୍କୁ ମିଶାଇ ଏପର୍ଯ୍ୟ; ଦେଶରେ ୫ ଲକ୍ଷ ୨୩ ହଜାର ୯୨୦ ଜଣ କରୋନାରେ ପ୍ରାଣ ହରାଇ ସାରିଲେଣି ।

ଦେଶରେ ଦୈନିକ ସଂକ୍ରମଣ ହାର ୦. ୯୮ ପ୍ରତିଶତ ରହିଥିଲା ବେଳେ ସାପ୍ତାହିକ ସଂକ୍ରମଣ ହାର ୦.୭୬ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ୍‌ ୧୮୯. ୪୮ କୋଟି ଲୋକ କରୋନା ଟିକା ନେଇଥିବା ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତରଫରୁ ସୂଚନା ମିଳିଛି ।

Launching Ceremony of “AYUSHMAN BHARAT

Comments are closed.