ଦିଲ୍ଲୀ: ମେ ୦୬ : ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୩ ହଜାର ୫୪୫ ରହିଛି । ନୂଆ ସଂକ୍ରମିତଙ୍କୁ ମିଶାଇ ଏପର୍ଯ୍ୟନ୍ତ ଦେଶରେ ମୋଟ୍ ୪ କୋଟି ୩୦ ଲକ୍ଷ ୯୪ ହଜାର ୯୩୮ ଜଣ କରୋନାରେ ସଂକ୍ରମିତ ହୋଇସାରିଲେଣି । ସେହିପରି ଆଜି ୩, ୫୪୯ ଜଣ ସୁସ୍ଥ ହୋଇଛନ୍ତି । ଦେଶରେ ସୁସ୍ଥତା ହାର ୯୮. ୭୪ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ ୪ କୋଟି ୨୫ ଲକ୍ଷ ୫୧ ହଜାର ୨୪୮ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି ।
୨୪ ଘଣ୍ଟାରେ ଦେଶରେ ୨୭ ଜଣଙ୍କର କରୋନାରେ ମୃତୁ୍ୟ ହୋଇଛି । ଏମାନଙ୍କୁ ମିଶାଇ ଏପର୍ଯ୍ୟ; ଦେଶରେ ୫ ଲକ୍ଷ ୨୪ ହଜାର ୨ ଜଣ କରୋନାରେ ପ୍ରାଣ ହରାଇ ସାରିଲେଣି ।
ଦେଶରେ ଦୈନିକ ସଂକ୍ରମଣ ହାର ୦. ୭୬ ପ୍ରତିଶତ ରହିଥିଲା ବେଳେ ସାପ୍ତାହିକ ସଂକ୍ରମଣ ହାର ୦.୭୯ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ୍ ୧୮୯. ୮୧ କୋଟି ଲୋକ କରୋନା ଟିକା ନେଇଥିବା ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତରଫରୁ ସୂଚନା ମିଳିଛି ।
Comments are closed.