ଦେଶରେ ସ୍ଥିର ରହିଛି କରୋନା ଗ୍ରାଫ୍‌: ୨୪ ଘଣ୍ଟାରେ ୩, ୨୦୭ କରୋନା ସଂକ୍ରମିତ ଚିହ୍ନଟ ଓ ୨୯ ମୃତ

ଦିଲ୍ଲୀ: ମେ ୦୯ : ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୩ ହଜାର ୨୦୭ ରହିଛି । ନୂଆ ସଂକ୍ରମିତଙ୍କୁ ମିଶାଇ ଏପର୍ଯ୍ୟନ୍ତ ଦେଶରେ ମୋଟ୍‌ ୪ କୋଟି ୩୧ ଲକ୍ଷ ୦୫ ହଜାର ୪୦୧ ଜଣ କରୋନାରେ ସଂକ୍ରମିତ ହୋଇସାରିଲେଣି । ସେହିପରି ଆଜି ୩, ୪୧୦ ଜଣ ସୁସ୍ଥ ହୋଇଛନ୍ତି । ଦେଶରେ ସୁସ୍ଥତା ହାର ୯୮. ୭୪ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ ୪ କୋଟି ୨୫ ଲକ୍ଷ ୬୦ ହଜାର ୯୦୫ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି ।

୨୪ ଘଣ୍ଟାରେ ଦେଶରେ ୨୯ ଜଣଙ୍କର କରୋନାରେ ମୃତୁ୍ୟ ହୋଇଛି । ଏମାନଙ୍କୁ ମିଶାଇ ଏପର୍ଯ୍ୟ; ଦେଶରେ ୫ ଲକ୍ଷ ୨୪ ହଜାର ୦୯୩ ଜଣ କରୋନାରେ ପ୍ରାଣ ହରାଇ ସାରିଲେଣି ।

ଦେଶରେ ଦୈନିକ ସଂକ୍ରମଣ ହାର ୦. ୯୫ ପ୍ରତିଶତ ରହିଥିଲା ବେଳେ ସାପ୍ତାହିକ ସଂକ୍ରମଣ ହାର ୦.୮୨ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ୍‌ ୧୯୦. ୩୪ କୋଟି ଲୋକ କରୋନା ଟିକା ନେଇଥିବା ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତରଫରୁ ସୂଚନା ମିଳିଛି ।

Launching Ceremony of “AYUSHMAN BHARAT

Comments are closed.