ଦିଲ୍ଲୀ: ମେ ୧୦ : ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୨ ହଜାର ୨୮୮ ରହିଛି । ନୂଆ ସଂକ୍ରମିତଙ୍କୁ ମିଶାଇ ଏପର୍ଯ୍ୟନ୍ତ ଦେଶରେ ମୋଟ୍ ୪ କୋଟି ୩୧ ଲକ୍ଷ ୦୭ ହଜାର ୬୮୯ ଜଣ କରୋନାରେ ସଂକ୍ରମିତ ହୋଇସାରିଲେଣି । ସେହିପରି ଆଜି ୩, ୦୪୪ ଜଣ ସୁସ୍ଥ ହୋଇଛନ୍ତି । ଦେଶରେ ସୁସ୍ଥତା ହାର ୯୮. ୭୪ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ ୪ କୋଟି ୨୫ ଲକ୍ଷ ୬୩ ହଜାର ୯୪୯ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି ।
୨୪ ଘଣ୍ଟାରେ ଦେଶରେ ୧୦ ଜଣଙ୍କର କରୋନାରେ ମୃତୁ୍ୟ ହୋଇଛି । ଏମାନଙ୍କୁ ମିଶାଇ ଏପର୍ଯ୍ୟ; ଦେଶରେ ୫ ଲକ୍ଷ ୨୪ ହଜାର ୧୦୩ ଜଣ କରୋନାରେ ପ୍ରାଣ ହରାଇ ସାରିଲେଣି ।
ଦେଶରେ ଦୈନିକ ସଂକ୍ରମଣ ହାର ୦. ୪୭ ପ୍ରତିଶତ ରହିଥିଲା ବେଳେ ସାପ୍ତାହିକ ସଂକ୍ରମଣ ହାର ୦. ୭୯ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ୍ ୧୯୦. ୫୦ କୋଟି ଲୋକ କରୋନା ଟିକା ନେଇଥିବା ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତରଫରୁ ସୂଚନା ମିଳିଛି ।

Comments are closed.