ଦେଶରେ ବଢ଼ିଛି କରୋନା ମୃତୁ୍ୟ ସଂଖ୍ୟା: ୨୪ ଘଣ୍ଟାରେ ୫୪ ଜଣ ସଂକ୍ରମିତ ମୃତ

ଦିଲ୍ଲୀ: ମେ ୧୧ : ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୨ ହଜାର ୮୯୭ ରହିଛି । ନୂଆ ସଂକ୍ରମିତଙ୍କୁ ମିଶାଇ ଏପର୍ଯ୍ୟନ୍ତ ଦେଶରେ ମୋଟ୍‌ ୪ କୋଟି ୩୧ ଲକ୍ଷ ୧୦ ହଜାର ୫୮୬ ଜଣ କରୋନାରେ ସଂକ୍ରମିତ ହୋଇସାରିଲେଣି । ସେହିପରି ଆଜି ୨, ୯୮୬ ଜଣ ସୁସ୍ଥ ହୋଇଛନ୍ତି । ଦେଶରେ ସୁସ୍ଥତା ହାର ୯୮. ୭୪ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ ୪ କୋଟି ୨୫ ଲକ୍ଷ ୬୬ ହଜାର ୯୩୫ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି ।

ତେବେ ଦୀର୍ଘ ଦିନ ପରେ ଆଜି ଦେଶରେ କରୋନା ମୃତୁ୍ୟ ସଂଖ୍ୟା ବୃଦ୍ଧି ପାଇଛି । ଗତକାଲି କରୋନ ମୃତୁ୍ୟ ସଂଖ୍ୟା ୧୦ ଥିଲା ବେଳେ ଆଜି ୫୪ ଜଣଙ୍କର କରୋନାରେ ମୃତୁ୍ୟ ହୋଇଛି । ଏମାନଙ୍କୁ ମିଶାଇ ଏପର୍ଯ୍ୟ; ଦେଶରେ ୫ ଲକ୍ଷ ୨୪ ହଜାର ୧୫୭ ଜଣ କରୋନାରେ ପ୍ରାଣ ହରାଇ ସାରିଲେଣି ।

ଦେଶରେ ଦୈନିକ ସଂକ୍ରମଣ ହାର ୦. ୬୧ ପ୍ରତିଶତ ରହିଥିଲା ବେଳେ ସାପ୍ତାହିକ ସଂକ୍ରମଣ ହାର ୦. ୭୯ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ୍‌ ୧୯୦. ୬୭ କୋଟି ଲୋକ କରୋନା ଟିକା ନେଇଥିବା ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତରଫରୁ ସୂଚନା ମିଳିଛି ।

Launching Ceremony of “AYUSHMAN BHARAT

Comments are closed.