୨୪ ଘଣ୍ଟାରେ ଦେଶରେ ୨, ୨୦୨ କରୋନା ସଂକ୍ରମିତ ଓ ୨, ୫୫୦ ସୁସ୍ଥ

ଦିଲ୍ଲୀ: ମେ ୧୬: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୨ ହଜାର ୨୦୨ ରହିଛି । ନୂଆ ସଂକ୍ରମିତଙ୍କୁ ମିଶାଇ ଏପର୍ଯ୍ୟନ୍ତ ଦେଶରେ ମୋଟ୍‌ ୪ କୋଟି ୩୧ ଲକ୍ଷ ୨୩ ହଜାର ୮୦୧ ଜଣ କରୋନାରେ ସଂକ୍ରମିତ ହୋଇସାରିଲେଣି ।

ସେହିପରି ଆଜି ୨, ୫୫୦ ଜଣ ସୁସ୍ଥ ହୋଇଛନ୍ତି । ଏପର୍ଯ୍ୟନ୍ତ ଦେଶରେ ମୋଟ ୪ କୋଟି ୨୫ ଲକ୍ଷ ୮୨ ହଜାର ୨୪୩ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି ।

ସେହିପରି ୨୪ ଘଣ୍ଟାରେ ୨୭ ଜଣ କରୋନା ରୋଗୀଙ୍କର ମୃତୁ୍ୟ ହୋଇଛି । ଏମାନଙ୍କୁ ମିଶାଇ ଏପର୍ଯ୍ୟ; ଦେଶରେ ୫ ଲକ୍ଷ ୨୪ ହଜାର ୨୪୧ ଜଣ କରୋନାରେ ପ୍ରାଣ ହରାଇ ସାରିଲେଣି ।

Comments are closed.