୨୪ ଘଣ୍ଟାରେ ଦେଶରେ ୧୬, ୧୫୬ କରୋନା ସଂକ୍ରମିତ ଏବଂ ୧୭, ୦୯୫ ସୁସ୍ଥ

ଦିଲ୍ଲୀ: ଅକ୍‌ଟୋବର ୨୮ : ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୬, ୧୫୬ ରହିଛି । ସେହିପରି ୨୪ ଘଣ୍ଟା ମଧ୍ୟରେ ୧୭, ୦୯୫ ଜଣ ସୁସ୍ଥ ହୋଇଛନ୍ତି । କେରଳରେ କରୋନା ସଂକ୍ରମିତଙ୍କ ସଂଖ୍ୟା ସର୍ବାଧିକ ୯,୪୪୫ ରହିଛି । ସଂକ୍ରମିତଙ୍କ ଅପେକ୍ଷା ସୁସ୍ଥଙ୍କ ସଂଖ୍ୟା ଅଧିକ ରହିଛି, ଯାହା ଏକ ଆଶ୍ୱସ୍ତିକର କଥା । ଦେଶରେ ସୁସ୍ଥତା ହାର ୯୮. ୨୦ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ ୩ କୋଟି ୩୬ ଲକ୍ଷ ୧୪ ହଜାର ୪୩୪ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି । ଏବେ ଦେଶରେ ସକ୍ରିୟ କରୋନା ରୋଗୀଙ୍କ ସଂଖ୍ୟା ୧ ଲକ୍ଷ ୬୦ ହଜାର ୯୮୯ ରହିଛି ।

ଅନ୍ୟପକ୍ଷେ, ଗତ ୨୪ ଘଣ୍ଟାରେ ୭୩୩ ଜଣଙ୍କର କରୋନାରୁ ମୃତୁ୍ୟ ହୋଇଛି । ଆଜିର ମୃତକଙ୍କୁ ମିଶାଇ ଦେଶରେ କରୋନାରେ ୪ ଲକ୍ଷ ୫୬ ହଜାର ୩୮୬ ରୋଗୀଙ୍କର ମୃତୁ୍ୟ ହୋଇସାରିଲାଣି ।
ଦେଶରେ ସାପ୍ତାହିକ ସଂକ୍ରମଣ ହାର ୧.୧୯ ପ୍ରତିଶତ ରହିଥିଲାବେଳେ ଦୈନିକ ସଂକ୍ରମଣ ହାର ୧.୨୫ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ୍‌ ୧୦୪.୦୪ କୋଟି ଲୋକ କରୋନା ଟିକା ନେଇଥିବା ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତରଫରୁ ସୂଚନା ମିଳିଛି ।

Launching Ceremony of “AYUSHMAN BHARAT

Comments are closed.