୨୪ ଘଣ୍ଟାରେ ଦେଶରେ ୨, ୩୬୪ କରୋନା ସଂକ୍ରମିତ ଚିହ୍ନଟ ଓ ୧୦ ମୃତ

ଦିଲ୍ଲୀ: ମେ ୧୯: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୨ ହଜାର ୩୬୪ ରହିଛି । ନୂଆ ସଂକ୍ରମିତଙ୍କୁ ମିଶାଇ ଏପର୍ଯ୍ୟନ୍ତ ଦେଶରେ ମୋଟ୍‌ ୪ କୋଟି ୩୧ ଲକ୍ଷ ୨୯ ହଜାର ୫୬୩ ଜଣ କରୋନାରେ ସଂକ୍ରମିତ ହୋଇସାରିଲେଣି । ନୂଆ ସଂକ୍ରମିତଙ୍କୁ ମିଶାଇ ଦେଶରେ ଏବେ ୧୫ ହଜାର ୪୧୯ ଜଣ ସକ୍ରିୟ ରୋଗୀ ରହିଛନ୍ତି ।

ସେହିପରି ଆଜି ୨, ୫୮୨ ଜଣ ସୁସ୍ଥ ହୋଇଛନ୍ତି । ଏପର୍ଯ୍ୟନ୍ତ ଦେଶରେ ମୋଟ ୪ କୋଟି ୨୫ ଲକ୍ଷ ୮୯ ହଜାର ୮୪୧ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି ।

ଅନ୍ୟପକ୍ଷରେ, ୨୪ ଘଣ୍ଟାରେ ୧୦ ଜଣ କରୋନା ରୋଗୀଙ୍କର ମୃତୁ୍ୟ ହୋଇଛି । ଏମାନଙ୍କୁ ମିଶାଇ ଏପର୍ଯ୍ୟ; ଦେଶରେ ୫ ଲକ୍ଷ ୨୪ ହଜାର ୩୦୩ ଜଣ କରୋନାରେ ପ୍ରାଣ ହରାଇ ସାରିଲେଣି ।

Launching Ceremony of “AYUSHMAN BHARAT

Comments are closed.