ଦିଲ୍ଲୀ: ମେ ୨୧ : ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୨ ହଜାର ୩୨୩ ରହିଛି । ନୂଆ ସଂକ୍ରମିତଙ୍କୁ ମିଶାଇ ଏପର୍ଯ୍ୟନ୍ତ ଦେଶରେ ମୋଟ୍ ୪ କୋଟି ୩୧ ଲକ୍ଷ ୩୪ ହଜାର ୧୪୫ ଜଣ କରୋନାରେ ସଂକ୍ରମିତ ହୋଇସାରିଲେଣି । ଆଜିର ନୂଆ କରୋନା ସଂକ୍ରମିତଙ୍କୁ ମିଶାଇ ଏବେ ଦେଶରେ ୧୪ ହଜାର ୯୯୬ ଜଣ ସକ୍ରିୟ ରୋଗୀ ରହିଛନ୍ତି ।
ସେହିପରି ଆଜି ୨, ୩୪୬ ଜଣ ସୁସ୍ଥ ହୋଇଛନ୍ତି । ଏପର୍ଯ୍ୟନ୍ତ ଦେଶରେ ମୋଟ ୪ କୋଟି ୨୫ ଲକ୍ଷ ୯୪ ହଜାର ୮୦୧ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି ।
୨୪ ଘଣ୍ଟାରେ ୨୫ ଜଣ କରୋନା ରୋଗୀଙ୍କର ମୃତୁ୍ୟ ହୋଇଛି । ଏମାନଙ୍କୁ ମିଶାଇ ଏପର୍ଯ୍ୟ; ଦେଶରେ ୫ ଲକ୍ଷ ୨୪ ହଜାର ୩୪୮ ଜଣ କରୋନାରେ ପ୍ରାଣ ହରାଇ ସାରିଲେଣି ।

Comments are closed.