ଦିଲ୍ଲୀ: ମେ ୨୬ : ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୨ ହଜାର ୬୨୮ ରହିଛି । ନୂଆ ସଂକ୍ରମିତଙ୍କୁ ମିଶାଇ ଏପର୍ଯ୍ୟନ୍ତ ଦେଶରେ ମୋଟ୍ ୪ କୋଟି ୩୧ ଲକ୍ଷ ୪୪ ହଜାର ୮୨୦ ଜଣ କରୋନାରେ ସଂକ୍ରମିତ ହୋଇସାରିଲେଣି । ଆଜିର ନୂଆ କରୋନା ସଂକ୍ରମିତଙ୍କୁ ମିଶାଇ ଏବେ ଦେଶରେ ୧୫ ହଜାର ୪୧୪ଜଣ ସକ୍ରିୟ ରୋଗୀ ରହିଛନ୍ତି ।
ସେହିପରି ଆଜି ୨, ୧୬୭ ଜଣ ସୁସ୍ଥ ହୋଇଛନ୍ତି । ଏପର୍ଯ୍ୟନ୍ତ ଦେଶରେ ମୋଟ ୪ କୋଟି ୨୬ ଲକ୍ଷ ୦୪ ହଜାର ୮୮୧ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି ।
୨୪ ଘଣ୍ଟାରେ ୧୮ ଜଣ କରୋନା ରୋଗୀଙ୍କର ମୃତୁ୍ୟ ହୋଇଛି । ଏମାନଙ୍କୁ ମିଶାଇ ଏପର୍ଯ୍ୟ; ଦେଶରେ ୫ ଲକ୍ଷ ୨୪ ହଜାର ୫୨୫ ଜଣ କରୋନାରେ ପ୍ରାଣ ହରାଇ ସାରିଲେଣି ।
Comments are closed.